ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ରାସ୍ତା କଡକୁ ଓଲଟିଲା ବସ୍, ୪୦ ଜଣ ଆହତ

0

ଆଳି; କେନ୍ଦ୍ରାପଡାର ଆଳି ସିଙ୍ଗିରରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍, ୪୦ ଜଣ ଆହତ । ତେବେ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ତୁରନ୍ତ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ବସରେ ମୋଟ ୭୦ ଜଣ ଯାତ୍ରୀ ଥିଲେ । ରାସ୍ତା କଡକୁ ଖସି ପଡିବା କାରଣରୁ ବସଟି ଭାଙ୍ଗି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି । ଝରକା ବାଟେ ଯାତ୍ରୀ ମାନଙ୍କୁ ଉଦ୍ଧାର କରାଯାଉଛି ।

ମିଳିଥିବା ସୂଚନାନୁସାରେ, ଆଜି ସକାଳେ ବସ୍‌ଟି ପ୍ରାୟ ୭୦ଜଣ ଯାତ୍ରୀଙ୍କୁ ନେଇ ଚାନ୍ଦବାଲିରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ହାଇଓ୍ୱା ବସ୍‌କୁ ଧକ୍କା ଦେଇଥିଲା। ପରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ବସ୍‌ରୁ ଉଦ୍ଧାର କରିଥିଲେ। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ହେଲେ ହାଇଓ୍ୱା ଡ୍ରାଇଭର ଓ ହେଲପରଙ୍କର କିଛି ହୋଇ ନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.