ପ୍ରମୁଖ ଖବର

ଅଣ ସେବାୟତଙ୍କୁ ରଥ ଉପର ମନା, ଚଢ଼ିଲେ ହେବେ ଗିରଫ
ଡିଏନଏରୁ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ : ଜି-୭ ସମ୍ମିଳନୀରେ ଦେବେ ଯୋଗ
ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ବ୍ରିଜ୍‌, ଭାସିଗଲେ ୨୦ ପର୍ଯ୍ୟଟକ
କେବଳ ଯାତ୍ରୀ ନୁହେଁ ମେଡ଼ିକାଲ ଛାତ୍ରଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ
କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ

କାଲି କଟକରେ ଦିନ ୨ଟା ପରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

0

କଟକ; ହକି ବିଶ୍ବକପ ପାଇଁ ସଜେଇ ହେଉଛି ସାରା ଓଡିଶା । ଜାନୁଆରୀ ୧୧ ଅର୍ଥାତ୍ ଆସନ୍ତାକାଲି ବାରବାଟୀ ମଇଦାନରେ ବାଜିବ ହକି ବିଶ୍ୱ କପର ବିଗୁଲ୍ । ହକି ବିଶ୍ବକପ ଉଦଘାଟନୀ ଉତ୍ସବ ପାଇଁ କାଲି କଟକରେ ଦିନ ୨ଟା ପରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ସରକାରୀ ଓ ବେସରକାରୀ ସ୍କୁଲ୍, କଲେଜ ଆଦି ବନ୍ଦ ରହିବ । ତେବେ ଶିକ୍ଷାନୁଷ୍ଠାନ ବନ୍ଦ ନେଇ ଘୋଷଣା କରିଛନ୍ତି କଟକ ଜିଲ୍ଲାପାଳ ।

ତେବେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ହକି ବିଶ୍ବକପର ହେବ ଶୁଭାରମ୍ଭ । ଏନେଇ ସମସ୍ତ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ । ଆଉ ଏଥିରେ ମୁଖ୍ୟ ଆକର୍ଷଣ ପାଲଟିବେ ବଲିଉଡ ଷ୍ଟାର ଆଇକନ୍ । ଖାସ୍ କରି ଉଦଘାଟନୀ ଉତ୍ସବରେ ଧମାଲ କରିବେ ରଣବୀର ସିଂ ଓ ଦିଶା ପଟାନୀ । ଉଦଘାଟନୀ ଉତ୍ସବରେ ୩୦ ହଜାର ଦର୍ଶକଙ୍କ ପାଇଁ ବ୍ୟବସ୍ଥା କରାଯାଇଛି । ଉଦଘାଟନୀ ଉତ୍ସବ ପାଇଁ ଷ୍ଟାଡିୟମ ଓ ଏହାର ଆଖପାଖ ଅଞ୍ଚଳରେ ପ୍ରାୟ ୫୦ ପ୍ଲାଟୁନ ପୁଲିସ ଫୋର୍ସଙ୍କୁ ନିୟୋଜିତ କରାଯିବ ।

ସୁରକ୍ଷା ଦାୟିତ୍ୱ ତଦାରଖ କରିବାପାଇଁ ୪୦ ଜଣ ଡିଏସ୍ପି ସ୍ତରୀୟ ଅଧିକାରୀ , ୫୫ଜଣ ଇନସପେକ୍ଟର ସ୍ତରୀୟ ଅଧିକାରୀ ୩୦୦ ଜଣ ଏସଆଇଙ୍କ ସହିତ ୩୦୦ରୁ ଅଧିକ କନେଷ୍ଟବଳ ନିୟୋଜିତ ହେବେ । ତା ସହିତ ୫ଶହରୁ ଅଧିକ ହୋମଗାର୍ଡଙ୍କୁ ବି ନିଯୁକ୍ତ କରାଯାଇଛି । ସେହିଭଳି ଉଦଘାଟନୀ ଉତ୍ସବ ପାଇଁ ବାରବାଟୀ ଷ୍ଟାଡିୟମକୁ ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରଖାଯିବ । ସେପଟେ ଟ୍ରାଫିକ ପରିଚାଳନା ପାଇଁ ମଧ୍ୟ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.