ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ, ୧୫ ଛାତ୍ରଛାତ୍ରୀ ଆହତ

0

ନବରଙ୍ଗପୁର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପିଲାଙ୍କୁ ନେଇ ଯାଉଥିବା ଏକ ପ୍ରାଇଭେଟ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ  ୧୫ ଜଣ ଛାତ୍ର ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ଚନ୍ଦାହାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ: ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡି ସଦର ବ୍ଲକର ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଫଟକିସ୍ଥିତ ସ୍କୁଲ ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ବସ୍‌ଟି ମୋହରା ନିକଟରେ ଏକ ଗଛକୁ ପିଟିଦେଲା । ଯାହାଫଳରେ ବସରେ ଥିବା ପ୍ରାୟ ୪୦ ଜଣ ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି।

ସମସ୍ତ ଆହତମାନଙ୍କୁ ଚନ୍ଦାହାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ପ୍ରତିଦିନ ଏକ ବେସରକାରୀ ବସରେ ଛାତ୍ରଛାତ୍ରୀଙ୍କୁ ଚନ୍ଦାହାଣ୍ଡିରୁ  ପ୍ରାୟ ୨୦ କିଲୋମିଟର ଦୂରରେ ଥିବା ଫଟକିସ୍ଥିତ ଆଦର୍ଶ ବିଦ୍ୟାଳୟକୁ ନିଆ ଯାଉଥିବା ସୂଚନା ମିଳିଛି । ତେବେ ଦୁର୍ଘଟଣା ପରେ ବସ କର୍ମଚାରୀ ଫେରାର ଅଛନ୍ତି । ସମସ୍ତ ଛାତ୍ରଛାତ୍ରୀ ଚନ୍ଦାହାଣ୍ଡି ସିଏଚସିରେ ଭର୍ତ୍ତି ହୋଇଛନ୍ତି।

Leave A Reply

Your email address will not be published.