ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ଭୁବନେଶ୍ୱର-ରାଉରକେଲାକୁ ଗଡିବ ୨ ସ୍ୱତନ୍ତ୍ର ଟ୍ରେନ୍

0

ଭୁବନେଶ୍ବର; ପୁରୁଷ ହକି ଓ୍ବାର୍ଲ୍ଡ କପ୍ ପାଇଁ ଚଳଚଞ୍ଚଳ ସାରା ଓଡ଼ିଶା । ଏହାରି ମଧ୍ୟରେ ହକିପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ସେବା ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛି ପୂର୍ବତଟ ରେଳପଥ । ରେଳପଥ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ହକି ମ୍ୟାଚ ସମୟରେ ଭୁବନେଶ୍ବର ଓ ରାଉରକେଲା ମଧ୍ୟରେ ଦୈନିକ ଦୁଇଟି ନୂଆ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ । ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଟ୍ରେନ୍ ଭୁବନେଶ୍ୱରରୁ ୧୪ ରୁ ୩୦ ଜାନୁୟାରୀ ମଧ୍ୟରେ ପ୍ରତ୍ୟେକ ସୋମବାର, ବୁଧବାର, ଗୁରୁବାର ଏବଂ ଶନିବାର ଦିନ ଚଳାଚଳ କରିବ ।

ସେହିଭଳି ରାଉରକେଲା-ଭୁବନେଶ୍ୱର ସ୍ପେଶାଲ ରାଉରକେଲା ଠାରୁ ୧୫ ରୁ ୩୧ ଜାନୁୟାରୀ ମଧ୍ୟରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର, ଶୁକ୍ରବାର ଏବଂ ରବିବାର ଚଳାଚଳ କରିବ । ପୁରୀ-ରାଉରକେଲା-ପୁରୀ ହକି ସ୍ପେଶାଲ୍ ୧୪ ରୁ ୩୧ ଜାନୁୟାରୀ ୨୦୨୩ ପର୍ଯ୍ୟନ୍ତ ପ୍ରତିଦିନ ଚଳାଚଳ କରିବ ।ଏହା ବାଦ ଦୈନିକ ପାଞ୍ଚଟି ନିୟମିତ ଏକ୍ସପ୍ରେସ ଟ୍ରେନ ଚଳାଚଳ କରୁଛି । ହକି ପୁରୁଷ ବିଶ୍ବକପ ସମୟରେ ଯାତ୍ରୀଙ୍କ ଚାହିଦା ଏବଂ ଅତିରିକ୍ତ ଯାତ୍ରୀ ଭିଡକୁ ଦୃଷ୍ଟିରେ ରଖି ଏହି ଟ୍ରେନ ଚଳାଚଳ କରିବ ପୂର୍ବତଟ ରେଳପଥ ।

Leave A Reply

Your email address will not be published.