ପ୍ରମୁଖ ଖବର

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ଜାନୁଆରୀ ୩୧ରୁ ଆରମ୍ଭ ସଂସଦର ବଜେଟ ଅଧିବେଶ

0

ନୂଆଦିଲ୍ଲୀ; ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶ । ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୬ ଯାଏ ଚାଲିବ । ଚଳିତବର୍ଷ ବଜେଟ ଅଧିବେଶର ସମୟ ୬୬ ଦିନ ଥିବା ବେଳେ ମୋଟ ୨୭ଟି କାର୍ଯ୍ୟ ଦିବସ ରହିଛି । ଜାନୁଆରୀ ୧ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ ଅଧିବେଶ ପ୍ରଥମେ ୧୩ ଫେବୃଆରୀ ଯାଏ ଚାଲିବ । ଏହାପରେ ଫେବୃଆରୀ ୧୪ରୁ ମାର୍ଚ୍ଚ ୧୨ ଯାଏ ବିଭାଗ ସମ୍ପର୍କିତ ସଂସଦୀୟ ଷ୍ଟାଣ୍ଡିଂ କମିଟିର ବିଭିନ୍ନ କାମ ପାଇଁ ନିୟମିତ ବ୍ରେକ ରହିବ । ମାର୍ଚ୍ଚ ୧୩ରୁ ଏପ୍ରିଲ ୬ ଯାଏ ବଜେଟ ଅଧିବେଶର ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହେବ ।

ବଜେଟ ଅଧିବେଶର ଦ୍ୱିତୀୟ ଦିନ ଅର୍ଥାତ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ । ତେବେ ବଜେଟ ଅଧିବେଶନର ପ୍ରଥମ ଦିନରେ ଲୋକସଭା ଓ ରାଜ୍ୟସଭାର ସମସ୍ତ ସଦସ୍ୟଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସେଣ୍ଟ୍ରାଲ ହଲରେ ସମ୍ବୋଧନ କରିବେ। ଏ ସମ୍ପର୍କରେ ଆଜି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.