ପ୍ରମୁଖ ଖବର

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ

ଜାନୁଆରୀ ୩୧ରୁ ଆରମ୍ଭ ସଂସଦର ବଜେଟ ଅଧିବେଶ

0

ନୂଆଦିଲ୍ଲୀ; ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶ । ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୬ ଯାଏ ଚାଲିବ । ଚଳିତବର୍ଷ ବଜେଟ ଅଧିବେଶର ସମୟ ୬୬ ଦିନ ଥିବା ବେଳେ ମୋଟ ୨୭ଟି କାର୍ଯ୍ୟ ଦିବସ ରହିଛି । ଜାନୁଆରୀ ୧ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ ଅଧିବେଶ ପ୍ରଥମେ ୧୩ ଫେବୃଆରୀ ଯାଏ ଚାଲିବ । ଏହାପରେ ଫେବୃଆରୀ ୧୪ରୁ ମାର୍ଚ୍ଚ ୧୨ ଯାଏ ବିଭାଗ ସମ୍ପର୍କିତ ସଂସଦୀୟ ଷ୍ଟାଣ୍ଡିଂ କମିଟିର ବିଭିନ୍ନ କାମ ପାଇଁ ନିୟମିତ ବ୍ରେକ ରହିବ । ମାର୍ଚ୍ଚ ୧୩ରୁ ଏପ୍ରିଲ ୬ ଯାଏ ବଜେଟ ଅଧିବେଶର ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହେବ ।

ବଜେଟ ଅଧିବେଶର ଦ୍ୱିତୀୟ ଦିନ ଅର୍ଥାତ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ । ତେବେ ବଜେଟ ଅଧିବେଶନର ପ୍ରଥମ ଦିନରେ ଲୋକସଭା ଓ ରାଜ୍ୟସଭାର ସମସ୍ତ ସଦସ୍ୟଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସେଣ୍ଟ୍ରାଲ ହଲରେ ସମ୍ବୋଧନ କରିବେ। ଏ ସମ୍ପର୍କରେ ଆଜି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.