ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପୋଖରା ବିମାନ ଦୁର୍ଘଟଣା, ସମସ୍ତ ୭୨ ଜଣଙ୍କ ମୃତ ଦେହ ଉଦ୍ଧାର

0

ନେପାଳ; ନେପାଳରେ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା । ୭୨ ଜଣ ଯାତ୍ରୀ କ୍ଷମତା ଥିବା ଏହି ବିମାନଟି ନେପାଳର ରାଜଧାନୀ କାଠମାଣ୍ଡୁରୁ ପୋଖରା ଯାଉଥିବା ବେଳେ ଦୁର୍ଘଟଣାଗସ୍ତ ହୋଇଛି । ବିମାନରେ ମୋଟ ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟ ଥିଲେ। ସେମାନଙ୍କ ମଧ୍ୟରୁ କେହିବି ଜିବୀତ ନାହାନ୍ତି। ସମସ୍ତ ୭୨ଜଣଙ୍କ ଜଣଙ୍କ ମୃତଦେହ ମିଳିଛି।

ଦୁର୍ଘଟଣା ପରେ ବିମାନଟି ସଂପୂର୍ଣ୍ଣ ଜଳି ଯାଇଥିବା ବେଳେ ଧ୍ୱଂସାବଶେଷ ତଳେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରାଯାଇଥିଲା। ବିମାନଟି ସଂପୂର୍ଣ୍ଣ ଜଳି ସାରିଥିବାରୁ ଏହା ମଧ୍ୟରେ ଥିବା ସମସ୍ତ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଥିଲା। ବିମାନରେ ଥିବା ମୋଟ ୭୨ ଜଣଙ୍କ ମଧ୍ୟରେ ୫ ଜଣ ଭାରତୀୟ ଥିବା ଖବର ମିଳିଛି।

ନେପାଳ ବିମାନଚଳାଚଳ ମନ୍ତ୍ରଣାଳୟର ସୂଚନା ଅନୁସାରେ, ୟେତି ଏୟାରଲାଇନ୍ସର ବିମାନଟି ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟଙ୍କୁ ନେଇ ଦିନ ୧୦.୩୩ରେ କାଠମାଣ୍ଡୁରୁ ଉଡ଼ାଣ ଭରିଥିଲା। ତେବେ ଉଡ଼ାଣ ଆରମ୍ଭ ହେବାର ୨୦ ମିନିଟ୍‌ ପରେ ବିମାନଟି ପୁରୁଣା ଏୟାରପୋର୍ଟ ଓ ନୂଆ ଏୟାରପୋର୍ଟ ମଧ୍ୟରେ ଥିବା ସେତି ନଦୀ କୂଳରେ ଖସି ପଡ଼ିଥିଲା। ଫଳରେ ଏଥିରେ ନିଆଁ ଲାଗି ଯାଇଥିଲା ବୋଲି ମନ୍ତ୍ରଣାଳୟ କହିଛି।

Leave A Reply

Your email address will not be published.