ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ସେନାରେ ସାମିଲ ହେବ ଏକେ-୨୦୩ ରାଇଫଲ

0

ନୂଆଦିଲ୍ଲୀ; ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି ଭାରତର ପ୍ରତିରକ୍ଷା କ୍ଷେତ୍ର । ଏବେ ଆହୁରି ସୁଦୃଢ ହେବ ଭାରତର ପ୍ରତିରକ୍ଷା । ନୂଆ ରୂପରେ ସେନାରେ ସାମିଲ ହେବ ଏକେ-୨୦୩ ରାଇଫଲ ।ଭାରତୀୟ ଏକେ ୪୭ ବଦଳରେ ଏହି ରାଇଫଲକୁ ବ୍ୟବହାର କରିବାକୁ ଯାଉଛି । ଉତ୍ତର ପ୍ରଦେଶର ଆମେଠିରେ ୫ ଲକ୍ଷରୁ ଅଧିକ ଏକେ-୨୦୩ ରାଇଫଲ ଉତ୍ପାଦନ ହେବ ।

ଇଣ୍ଡୋ-ରୁଷିଆ ରାଇଫଲ୍ସ ପ୍ରାଇଭେଟ ଲିମିଟେଡ ନାମକ ଏକ ସ୍ବତନ୍ତ୍ର ମିଳିତ ଉଦ୍ୟମରେ ଏହାର ନିର୍ମାଣ କରାଯାଉଛି । ତେବେ ଉତ୍ପାଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଖୁବଶୀଘ୍ର ଭାରତୀୟ ସେନାରେ ସାମିଲ ହେବ । ଏହି ରାଇଫଲ ୩୦୦ ମିଟର ଦୂରରେ ଥିବା ଶତ୍ରୁଙ୍କୁ ଲକ୍ଷ୍ୟଭେଦ କରିବାକୁ ସକ୍ଷମ ହେବ । ଅନ୍ୟପଟେ ଦୀର୍ଘ ଦିନ ଧରି କିଛି ସମସ୍ୟାକୁ ନେଇ ଏହି ରାଇଫଲ ତିଆରି ହୋଇପାରୁନଥିବା ବେଳେ ଏବେ ଆରମ୍ଭ ହୋଇଛି ନିର୍ମାଣ କାର୍ଯ୍ୟ ।

Leave A Reply

Your email address will not be published.