ପ୍ରମୁଖ ଖବର

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍
ଆତ୍ମସମର୍ପଣ କଲେ ୩୧ ମାଓବାଦୀ
ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର
କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ
ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ

କଣ୍ଠଶିଳ୍ପୀ ହ୍ୟୁମାନଙ୍କ ନାଁରେ ଥାନାରେ ମାମଲା

0

କଟକ; ବିବାଦରେ ଫସିଲେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ତାଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ତାଙ୍କ ପତ୍ନୀ। ପତ୍ନୀଙ୍କ ଅଭିଯୋଗ ଅନୁଯାୟୀ, ହ୍ୟୁମାନ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଛନ୍ତି । ଯାହାଫଳରେ ନିଜ ସ୍ୱାମୀଙ୍କ ନିର୍ଯାତନାରେ ଅତିଷ୍ଠ ପତ୍ନୀ ନ୍ୟାୟ ପାଇଁ ମହିଳା ଥାନାର ଦ୍ୱାରସ୍ଥ ହୋଇଛନ୍ତି ।

ଏନେଇ କଟକ ଡିସିପି ପିନାକ ମିଶ୍ର କହିଛନ୍ତି, ଅଭିଯୋଗପତ୍ର ମହିଳା ଥାନାକୁ ପଠାଯାଇଛି । ଆସନ୍ତା କାଲି ତାଙ୍କ ପତ୍ନୀ ପାରିବାରିକ ହିଂସା ଓ ଦାମ୍ପତ୍ୟ କଳହ ସଂପର୍କରେ ଥାନାରେ ଅଭିଯୋଗ କରିଥିଲେ। ନିୟମାନୁସାରେ ପ୍ରଥମେ ଉଭୟଙ୍କୁ ଥାନାକୁ ଡାକି ବୁଝାସୁଝା କରାଯିବ। ଏନେଇ ଆସନ୍ତା କାଲି ପୂର୍ବାହ୍ନ ୧୧ଟାରେ କାଉନସେଲିଂ ପାଇଁ ଥାନାରେ ଉଭୟ ପକ୍ଷ ପହଞ୍ଚିବାକୁ ସମନ କରାଯାଇଛି। ଏହି ମାମଲାରେ ହ୍ୟୁମାନଙ୍କ ପତ୍ନୀ ଅଭିଯୋଗ କରିଥିବା ବେଳେ ହ୍ୟୁମାନଙ୍କ ପ୍ରତିକ୍ରିୟା ମଧ୍ୟ ନିଆଯିବ। ଏଥିରେ ବିବାଦର ସମାଧାନ ନ ହେଲେ ପରବର୍ତ୍ତୀ ଏକ ତାରିଖରେ ପୁଣି ଥରେ କାଉନସେଲିଂ କରାଯିବ।

ସୂଚନାଯୋଗ୍ୟ, ପୂର୍ବରୁ ବିଭିନ୍ନ ସମୟରେ ନିଜର ଗୀତ ପାଇଁ ବିବାଦରେ ଫସୁଥିବା ହ୍ୟୁମାନ ସାଗର ଏଥର ନିଜ ପାରିବାରିକ କଳହ ପାଇଁ ଚର୍ଚ୍ଚାର କାରଣ ପାଲଟିଛନ୍ତି ।

Leave A Reply

Your email address will not be published.