ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଆଜିଠୁ ଆରମ୍ଭ ହେଲା ଟିକାକରଣ

0

ଭୁବନେଶ୍ବର; ଆଜିଠୁ ଓଡ଼ିଶାରେ ପୁଣି ଥରେ ହେବ ଟିକାକରଣ । ନିର୍ଦ୍ଦିଷ୍ଟ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଏହି ଟିକାକରଣ କରାଯିବ। ରାଜ୍ୟର ସମସ୍ତ ଜିଲ୍ଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଦିଆଯିବ ଭ୍ୟାକସିନ୍। ଯେଉଁମାନେ ଦ୍ବିତୀୟ ଓ ପ୍ରିକସନ୍ ଡୋଜ୍ ନେଇ ନାହାନ୍ତି ସେମାନେ ଏହି ଟିକା ନେଇପାରିବେ।

ସ୍ବାସ୍ଥ୍ୟକେନ୍ଦ୍ର ଗୁଡ଼ିକରେ କେବଳ କୋଭିସିଲ୍ଡ ଟିକା ଉପଲବ୍ଧ ହେବ। ଯେଉଁ ସବୁ ଲୋକେ କୋଭିସିଲ୍ଡ ନେଇଥିବେ ସେମାନେ ପୁଣି ଦ୍ବିତୀୟ ଓ ପ୍ରିକସନ୍ ଡୋଜ୍ ନେଇ ପାରିବେ। ଲୋକେ ଟିକାକରଣର ସୁଯୋଗ ଉଠାଇବା ସହ କରୋନାରୁ ସୁରକ୍ଷିତ ରହିବା ନିମନ୍ତେ ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଏବେ ସୁଦ୍ଧା ପ୍ରାୟ ୪୦ ପ୍ରତିଶତ ଲୋକ ବୁଷ୍ଟର ଡୋଜ ନେଇନାହାନ୍ତି । ୧୦ ପ୍ରତିଶତ ଲୋକ ଦ୍ବିତୀୟ ଡୋଜ୍ ନେଇନାହାନ୍ତି ।

Leave A Reply

Your email address will not be published.