ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଫାଣ୍ଡି ଅଧିକାରୀଙ୍କ ସମେତ ୨ କନେଷ୍ଟବଳ ସସପେଣ୍ଡ

0

ବୌଦ୍ଧ: ବୌଦ୍ଧ: ଗଞ୍ଜେଇ କାରବାରରେ ଜଣେ ଫାଣ୍ଡି ଅଧିକାରୀ ସମେତ ୨ କନେଷ୍ଟବଳ ନିଲମ୍ବିତ। ବୌଦ୍ଧ ଜିଲ୍ଲାରେ ଗଞ୍ଜେଇ ଚାଷ ପଛରେ ପୋଲିସର ସଂପୃକ୍ତିକୁ ନେଇ ସବୁବେଳେ ଅଭିଯୋଗ ହୋଇଆସୁଛି। ତେବେ ତିନିଜଣ ପୋଲିସ କର୍ମଚାରୀଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନ ଏହି ଅଭିଯୋଗର ସତ୍ୟତାକୁ ପ୍ରମାଣିତ କରିଛି ।

ସୂଚନାଯୋଗ୍ୟ: ଗତ ୧୬ ତାରିଖ ଦିନ ବଡଗୋଛାପଡା ଗାଁର ଚନ୍ଦନ ପ୍ରଧାନ ଓ ସରଜିତ ମଲ୍ଲିକ ଏକ ବାଇକ ଯୋଗେ ଗଞ୍ଜେଇ ଚାଲାଣ କରୁଥିବାବେଳେ ବେରେଡାବାଡି ଛକ ନିକଟରୁ ବଘିଆପଡା ଫାଣ୍ଡି ଅଧିକାରୀ ସନାତନ ପ୍ରଧାନ ଓ ଦୁଇଜଣ କନଷ୍ଟେବଳ ସଞ୍ଜିବ କୁମାର ପ୍ରଧାନ ଓ କେଶବ ପ୍ରଧାନଙ୍କୁ ଧରିବାପରେ ଛାଡି ଦେଇଥିଲେ । ଅଭିଯୁକ୍ତମାନଙ୍କ ବିରୋଧରେ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନଥିବାବେଳେ ଦୁଇଟି ବ୍ୟାଗରେ ଥିବା ଜବତ ଗଞ୍ଜେଇକୁ ପୋଲିସ କର୍ମଚାରୀମାନେ ସାଙ୍ଗରେ ନେଇ ନିଜ ସରକାରୀ କ୍ୱାର୍ଟରରେ ରଖିଥିଲେ ।

ତେବେ ଘଟଣା ସଂପର୍କରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜାଣିବାପରେ ବୌଦ୍ଧ ଥାନା ଅଧିକାରୀ ମାଧବାନନ୍ଦ ନାଏକଙ୍କୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପୋଲିସ କର୍ମଚାରୀଙ୍କ ସରକାରୀ କ୍ୱାର୍ଟରରୁ ଦୁଇଟି ବ୍ୟାଗରେ ଥିବା ୧୩ କିଲୋ ଗଞ୍ଜେଇ ସହ ଏକ ମଟରସାଇକେଲ ଉଦ୍ଧାର ହେବାପରେ ଫାଣ୍ଡି ଅଧିକାରୀ ଓ ଦୁଇ କନେଷ୍ଟବଳଙ୍କୁ ଆରକ୍ଷୀ ଅଧିକ୍ଷକ ନିଳମ୍ବିତ କରିବା ସହିତ ମାମଲାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି ।

Leave A Reply

Your email address will not be published.