ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ବୁଲିଲେ ଷ୍ଟାଲିନ

0

ଭୁବନେଶ୍ୱର: ଆଜି ଭୁବନେଶ୍ବର ବୁଲି ଦେଖିଛନ୍ତି ତାମିଲନାଡୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଉଦୟ ନିଧି ଷ୍ଟାଲିନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ରକ୍ଷା କରି ବିଶ୍ୱକପ ହକି ଦେଖିବାକୁ ଓଡିଶା ଆସିଛନ୍ତି ମନ୍ତ୍ରୀ ଉଦୟ ନିଧି ଷ୍ଟାଲିନ। ଷ୍ଟାଲିନ୍ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାରତ ବନାମ ୱେଲ୍ସ ମ୍ୟାଚ୍ ଦେଖିଥିଲେ । ତେବେ ଗତକାଲି ମ୍ୟାଚ୍ ଦେଖିବା ପରେ ଆଜି ନିଜ ଟିମ୍ ସହ ଭୁବନେଶ୍ୱର ମହାନଗର ନିଗମର ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି । ଏହି ଅବସରରେ ସେ ନିଳାଦ୍ରୀବିହାର ସ୍ଥିତ ଇଶାଣେଶ୍ୱର ବିଜୁ ଆଦର୍ଶ କଲୋନୀ ଗସ୍ତ କରିଥିଲେ। ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ସହ ରାଜ୍ୟ ସରକାରଙ୍କ ‘ଡ୍ରିଙ୍କ ଫ୍ରମ ଟ୍ୟାପ’ ଜରିଆରେ ପାଣି ପିଇଥିଲେ ।

ଏହା ପରେ ବିଏମସିର ବର୍ଜ୍ୟ ପରିଚାଳନା ଓ କମ୍ୟୁନିଟି ପାର୍ଟିସିପେସନ ଆଦି ପରିଦର୍ଶନ କରି ସନ୍ତୋଷ ପ୍ରକାଶ କରିଥିଲେ। ଏହି ଅବସରରେ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ ଓ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ। ଗସ୍ତ ଶେଷ କରି ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଓ ଟିମ୍ ରାଉରକେଲା ଅଭିମୁଖେ ଯାତ୍ରା କରିଛନ୍ତି । ସେଠାରେ ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ହକି ମ୍ୟାଚ ଦେଖିବାର କାର୍ଯ୍ୟକ୍ରମ ଥିବା ଜଣାପଡ଼ିଛି ।

Leave A Reply

Your email address will not be published.