ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନେପାଳରୁ ଫେରୁଥିବା ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ

0

ନୂଆଦିଲ୍ଲୀ: ନେପାଳରୁ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରତୀୟ ତୀର୍ଥଯାତ୍ରୀଙ୍କୁ ନେଇ ନେପାଳରୁ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ଶନିବାର ଅପରାହ୍ନରେ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ୬୦ରୁ ଅଧିକ ତୀର୍ଥଯାତ୍ରୀ ଆହତ ହୋଇଛନ୍ତି। ଫେରିବା ବାଟରେ ଥୁଥିବାରୀ ସୀମାଠାରୁ ୫୦୦ ମିଟର ଦୂରରେ ଥିବା ଭାରତ-ନେପାଳ ସୀମାରେ ଏହି ଦୁର୍ଘଟଣା ଘଟିଛି।

ସୂଚନାଯୋଗ୍ୟ; ନେପାଳର ତ୍ରିବେନିରୁ ଭାରତୀୟ ତୀର୍ଥଯାତ୍ରୀଙ୍କୁ ଧରି ଫେରୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ନିୟନ୍ତ୍ରଣ ହରାଇ ଏକ ଖାତରେ ଓଲଟି ପଡିବାରୁ ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଅତି କମରେ ୬୦ ଜଣ ତୀର୍ଥଯାତ୍ରୀ ଆହତ ହୋଇଥିଲେ। ଦୁର୍ଘଟଣାଗ୍ରସ୍ତ ହୋଇଥିବା ତୀର୍ଥଯାତ୍ରୀ ବସରେ ଉତ୍ତରପ୍ରଦେଶ ଗୋରଖପୁର ଜିଲ୍ଲାର ପିପିଗଞ୍ଜ ଏବଂ କ୍ୟାମ୍ପିରଗଞ୍ଜରୁ ୭୦ ଜଣ ଭକ୍ତ ଥିଲେ, ଯେଉଁମାନେ ନେପାଳର ତ୍ରିବେଣୀ ଧାମରୁ ଫେରୁଥିଲେ।

ନେପାଳ ପୁଲିସର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ନେପାଳର ନଓ୍ଵାଲ ପାରାସି ଜିଲ୍ଲାର ପୃଥ୍ଵୀଚାନ୍ଦ ଜିଲ୍ଲା ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। ଉତ୍ତରପ୍ରଦେଶର ମହାରାଜଗଞ୍ଜର ଜିଲ୍ଲା ମାଜିଷ୍ଟ୍ରେଟ ନେପାଳର ଅଧିକାରୀଙ୍କ ସହ କଥା ହୋଇ ଘଟଣା ସଂପର୍କରେ ବୁଝିଥିବା ବେଳେ ଆହତମାନଙ୍କୁ ସାହାଯ୍ୟ କରିବା ପାଇଁ ଅଧିକାରୀମାନଙ୍କୁ ନେପାଳ ପଠାଯାଇଛି।

Leave A Reply

Your email address will not be published.