ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ପ୍ରଦର୍ଶନ ହେବ ୨୩ଟି ପ୍ରଜ୍ଞାପନ ମେଢ଼

0

ନୂଆଦିଲ୍ଲୀ: ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର ରାଜପଥରେ ବିଭିନ୍ନ ରାଜ୍ୟ ଓ ମନ୍ତ୍ରାଳୟର ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ। ଏ ସଂକ୍ରାନ୍ତରେ ପ୍ରତିରକ୍ଷା ମନ୍ତ୍ରାଳୟ ଜାରି କରିଥିବା ବିବୃତିରେ ଉଲ୍ଲେଖ ଅଛି, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୧୭ଟି ଏବଂ କେତେକ ମନ୍ତ୍ରାଳୟ ଓ ବିଭାଗରୁ ୬ଟି ପ୍ରଜ୍ଞାପନ ମେଢ଼କୁ ମିଶାଇ ସମୁଦାୟ ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ।

୧୭ଟି ପ୍ରଜ୍ଞାପନ ମେଢ ପ୍ରଦର୍ଶନ କରିବାକୁ ଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସବୁ ହେଉଛନ୍ତି, ଆସାମ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ପଶ୍ଚିମବଙ୍ଗ, ଜମ୍ମୁ ଓ କଶ୍ମୀର, ଲଦାଖ, ଦାଦର ନଗର ହାବେଳି ଏବଂ ଦାମନ ଓ ଦ୍ୟୁ, ଗୁଜରାଟ, ହରିୟାଣା, ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ଝାଡ଼ଖଣ୍ଡ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ ଓ କେରଳ।

ସେହିପରି, ୬ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରିବାକୁ ଥିବା ମନ୍ତ୍ରାଳୟ ଓ ବିଭାଗଗୁଡ଼ିକ ହେଲେ, ସଂସ୍କୃତି ମନ୍ତ୍ରାଳୟ, ଗୃହ ବ୍ୟାପାର ମନ୍ତ୍ରାଳୟ (କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ), ଗୃହ ବ୍ୟାପାର ମନ୍ତ୍ରାଳୟ (ନାର୍କୋଟିକ୍‌ସ୍‌ କଣ୍ଟ୍ରୋଲ୍‌ ବ୍ୟୁରୋ), ଗୃହ ଓ ନଗର ଉନ୍ନୟନ ବ୍ୟାପାର ମନ୍ତ୍ରାଳୟ (ସେଣ୍ଟ୍ରାଲ୍‌ ପବ୍ଲିକ୍‌ ୱାର୍କସ୍‌ ଡିପାର୍ଟମେଣ୍ଟ୍‌), ଜନଜାତି ବ୍ୟାପାର ମନ୍ତ୍ରାଳୟ ଏବଂ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରାଳୟ (ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ଏଗ୍ରିକଲ୍‌ଚର୍‌ ରିସର୍ଚ)। ଏଥିରେ ସେମାନେ ଗତ ଅଳ୍ପ କେତେ ବର୍ଷ ତଳେ କରିଥିବା କାର୍ଯ୍ୟ ଓ କୃତିତ୍ବ ପ୍ରଦର୍ଶନ କରିବେ।

Leave A Reply

Your email address will not be published.