ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ଆରପାରିରେ ସ୍ବର୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ

0

କଟକ: ଚାଲି ଯାଇଛନ୍ତି ସ୍ବର୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଲିଭର ଜନିତ ସମସ୍ୟା ଯୋଗୁ ମାସେ ହେଲା ଅକ୍ଲାନ୍ତ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିଲେ। କଟକ ସତୀଚଉରାରେ ଅକ୍ଲାନ୍ତଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି।

ଉଲ୍ଲେଖଯୋଗ୍ୟ: ଗତବର୍ଷ ଜାନୁଆରି ୧୧ ତାରିଖରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ ମିହିର ଦାସ। ମୃତ୍ୟୁ ବେଳକୁ ତାଙ୍କୁ ବୟସ ମାତ୍ର ୬୩ ବର୍ଷ ହୋଇଥିଲା। କିଡନି ବ୍ୟାଧିରେ ପୀଡ଼ିତ ମିହିର ଦାସଙ୍କ ଏକାଧିକ ଅଙ୍ଗ ଅକାମୀ ହୋଇ ପଡ଼ିବା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା। ୨୦୨୧ ଡିସେମ୍ବର ମାସ ୮ ତାରିଖରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକର ଏକ ଘ‌ରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ଏହାପର ଠାରୁ ସେ ଆଇସିୟୁରେ ରହି ଚିକିତ୍ସିତ ହେଉଥିଲେ।

Leave A Reply

Your email address will not be published.