ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି ମହେନ୍ଦ୍ର କୁମାର ସେଠୀ

0

କେନ୍ଦୁଝର: ଆଜି ପୁଣି ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ଚମ୍ପୁଆ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣି ମହେନ୍ଦ୍ର କୁମାର ସେଠୀ। ଛୁଟି ଦରମା କରାଇଦେବା ପାଇଁ ଜଣେ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଶ୍ରୀ ସେଠୀ।

ସୂଚନା ଅନୁସାରେ ଚମ୍ପୁଆ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣି ମହେନ୍ଦ୍ର ସେଠୀ ଯୋଡ଼ାର ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ଶୁଭାଶିଷ ମହାପାତ୍ରଙ୍କର ୨୦୨୨ ଜାନୁଆରି ୧୭ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟିର ଦରମା କରିଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ତେବେ ଆଜି ସକାଳେ ଡାକ୍ତର ଶୁଭାଶିଷଙ୍କ ନିକଟରୁ କାର୍ଯ୍ୟାଳୟରେ ୧୦ ହଜାର ଟଙ୍କା ନେଉଥିବା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ମାଡ଼ି ବସିଥିଲା। ଭିଜିଲାନ୍ସର ଟିମ୍ ତାଙ୍କର ଚମ୍ପୁଆ ସରକାରୀ କାର୍ଯ୍ୟାଳୟ , ବାସଭବନ ସମେତ ଯାଜପୁର ଜିଲ୍ଲାର ନିଜ ଘରେ ମଧ୍ୟ ଏକକାଳୀନ ଚଢ଼ାଉ କରାଯାଉଛି।

Leave A Reply

Your email address will not be published.