ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଫାଇନାଲରେ ସ୍ଥାନ ପକ୍କା କଲା ବେଲଜିୟମ

0

ଭୁବନେଶ୍ବର: ଆଜି ପୁରୁଷ ହକି ବିଶ୍ବକପ୍‌-୨୦୨୩ର ୨ୟ ସେମିଫାଇନାଲ ମ୍ୟାଚ୍‌ ବେଲଜିୟମ୍‌ ଓ ନେଦରଲାଣ୍ଡ୍‌ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଉଭୟ ଦଳର ଖେଳାଳି ଲଢ଼ିଛନ୍ତି। ନିୟମିତ ସମୟରେ ମ୍ୟାଚ୍‌ ୨-୨ ଗୋଲ୍‌ରେ ଶେଷ ହେବାରୁ ପେନାଲ୍ଟି ସୁଟ୍ଆଉଟ୍‌ରେ ଫଳାଫଳ ବାହାରିଛି। ଶେଷରେ ବେଲଜିୟମ୍‌ ୨(୩)-୨(୨) ନେଦରଲାଣ୍ଡ୍‌ସକୁ ପରାସ୍ତ କରିଛି।

ତେବେ ବେଲଜିୟମ୍‌ ଫାଇନାଲରେ ନିଜ ସ୍ଥାନ ପକ୍କା କରିଛି। ବେଲଜିୟମ୍‌ ଓ ଜର୍ମାନି ଆସନ୍ତା ୨୯ ତାରିଖ ଦିନ ରାତି ୭ଟାରେ ଫାଇନାଲ ମ୍ୟାଚ୍‌ ଖେଳିବେ। ଫାଇନାଲ୍‌ ମ୍ୟାଚ୍‌ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ। ନେଦରଲାଣ୍ଡ୍‌ସ ଓ ଅଷ୍ଟ୍ରେଲିଆ ୩ୟ ସ୍ଥାନ ପାଇଁ ୨୯ ତାରିଖ ଅପରାହ୍‌ଣ ସାଢ଼େ ୪ଟାରେ ଲଢ଼ିବେ।

Leave A Reply

Your email address will not be published.