ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇଲେ ଶ୍ରଦ୍ଧାଳୁ

0

କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ ତିଥିରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ପରମ୍ପରା ଅନୁସାରେ ଗତକାଲି ତିନି ଠାକୁର କୋଣାର୍କର ତ୍ରିବେଣୀଶ୍ୱର, ଐଶାନେଶ୍ୱର ଓ ଦକ୍ଷିଣେଶ୍ୱର ମହାଦେବ ରାତିରେ ବିମାନ ବିଜେ କରିଥିଲେ। ମଧ୍ୟରାତ୍ରରେ ଭୋଗ ମଣ୍ଡପରେ ଭୋଗ ଖାଇଥିଲେ। ପରେ ମିଳିତ ଭାବେ ଶୋଭାଯାତ୍ରାରେ ଚନ୍ଦ୍ରଭାଗା ଗସ୍ତ କରି ବିଳମ୍ବିତ ରାତିରେ ଚନ୍ଦ୍ରଭାଗା ତୀର୍ଥ ମଣ୍ଡପରେ ପହଞ୍ଚିଥିଲେ। ଭୋରରେ ତିନି ଠାକୁରଙ୍କ ମହାସ୍ନାନ ପରେ ଭକ୍ତମାନେ ବୁଡ଼ ପକାଇଥିଲେ।

ଭୋର ୪ଟା ୪୦ରେ ବୁଡ଼ ପକାଇବା ପରେ ସେମାନେ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଗତ ଦୁଇ ବର୍ଷ ଧରି ଚନ୍ଦ୍ରଭାଗା ମାଘମେଳା ବୁଡ଼ ବନ୍ଦ କରି ଦିଆଯାଇଥିଲା। ପୁରୀ ଜିଲ୍ଲା ପ୍ରଶାସନ ଏଥିରେ କଟକଣା ଲଗାଇଥିଲା। ଦୁଇ ବର୍ଷ ପରେ ଶ୍ରଦ୍ଧାଳୁମାନେ ବୁଡ଼ପକାଇବାର ସୌଭାଗ୍ୟ ଲାଭ କରିଥିବାରୁ ଖୁବ୍ ଉତ୍ସାହିତ ଥିବା ଜଣାଯାଇଛି।

ଏଥିପାଇଁ ଗତକାଲିଠାରୁ ଚନ୍ଦ୍ରଭାଗା ବେଳାଭୂମିରେ ପ୍ରବଳ ଗହଳି ପରିଲକ୍ଷିତ ହୋଇଥିଲା। ଆଜି ମଧ୍ୟ ଭୋର ସୟରୁ ଚନ୍ଦ୍ରାଭାଗାକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଥିବାରୁ ଦେଖିବାକୁ ମିଳିଛି। ସୁରକ୍ଷା ଦୃଷ୍ଟିରୁ ଚନ୍ଦ୍ରଭାଗାରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଏହି ସହିତ ଏନଡିଆରଏଫ୍, ଓଡ୍ରାଫ ଟିମ୍ ସହ ଅଗ୍ନିଶମ ବାହିନୀକୁ ମଧ୍ୟ ନିୟୋଜିତ କରାଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ସୂର୍ଯ୍ୟପୂଜାର ପରମ୍ପରାକୁ ଆଧାର କରି ଏହି ବୁଡ଼ ଅନୁଷ୍ଠିତ ହେଉଛି। ଗତକାଲି ଷଷ୍ଠୀ ତିଥିରେ ମେଳା ପଡ଼ିଆରେ ମହିଳାମାନେ ମାଟି ହାଣ୍ଡିରେ ଶୁଖୁଆ ଡାଲମା, ଭାତ ଓ ଖେଚେଡ଼ି ରାନ୍ଧୁଥିବାର ଦେଖାଯାଇଥିଲା। ଏହାର କିଛି ଅଂଶକୁ ସମର୍ପଣ କରି ପରିବାରର ସୁଖଶାନ୍ତି ସମୃଦ୍ଧି କାମନା କରିବା ପରେ ବଳାକା ଅଂଶକୁ ନିଜେ ଭୋଜନ କରିଥାନ୍ତି। ପରେ ଉକ୍ତ ହାଣ୍ଡିକୁ ନିକଟସ୍ଥ ହାଣ୍ଡିଭଙ୍ଗା ଗାଡ଼ିଆରେ ଭାଙ୍ଗି ମାଘ ସପ୍ତମୀ ପ୍ରତ୍ୟୁଷରୁ ତୀର୍ଥ ସ୍ନାନପରେ ସୂର୍ଯ୍ୟପୂଜା କରିଥାନ୍ତି। ଆଜି ଦିନକ ପାଇଁ ଶ୍ରଦ୍ଧାଳୁଙ୍କ ପାଇଁ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି।

Leave A Reply

Your email address will not be published.