ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଆଶାରାମ ବାପୁଙ୍କୁ ଆଜୀବନ କାରାଦଣ୍ଡାଦେଶ

0

ଗାନ୍ଧିନଗର: ଆଶାରାମ ବାପୁଙ୍କୁ ଆଜୀବନ କାରାଦଣ୍ଡାଦେଶ । ଆଜି ଦଣ୍ଡ ଘୋଷଣା କଲେ ଗାନ୍ଧିନଗର କୋର୍ଟ । ୨୦୧୩ ଦୁଷ୍କର୍ମ ମାମଲାରେ କୋର୍ଟ ଦଣ୍ଡ ଘୋଷଣା କଲେ  । ଗତକାଲି ଏହି ମାମଲାରେ ଦୌରାଜଜ ଡି.କେ. ସୋନି ୬ ଅଭିଯୁକ୍ତଙ୍କୁ ଖଲାସ କରିଥିବାବେଳେ ଆଶାରାମଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଖଲାସ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ସ୍ତ୍ରୀ ଲକ୍ଷ୍ମୀବେନ, କନ୍ୟା ଓ ଅନ୍ୟ ୪ ଶିଷ୍ୟ । ସେପଟେ ଦୌରାଜଜଙ୍କ ରାୟକୁ ଗୁଜରାଟ ହାଇକୋର୍ଟରେ ଚାଲେଞ୍ଜ କରାଯିବ ବୋଲି କହିଛନ୍ତି ଆଶାରାମଙ୍କ ଓକିଲ । ଅଭିଯୋଗ ଅନୁସାରେ ୨୦୦୧ରୁ ୨୦୦୬ ମଧ୍ୟରେ ଅହମ୍ମଦାବାଦର ମୋଟେରା ଅନ୍ତର୍ଗତ ଆଶ୍ରମରେ ସୁରଟର ଜଣେ ଶିଷ୍ୟାଙ୍କୁ ଗଡମ୍ୟାନ ଆଶାରାମ ଦୁଷ୍କର୍ମ କରିଥିଲେ ।

ଏନେଇ ସେ ଆଶାରାମ ଓ ଅନ୍ୟ ୬ ଜଣଙ୍କ ବିରୋଧରେ ସେ ୨୦୧୩ ଅକ୍ଟୋବର ୬ ତାରିଖରେ ଅହମ୍ମଦାବାଦର ଚାନ୍ଦଖେଦା ଥାନାରେ ଏତଲା ଦାୟର କରିଥିଲେ । ୨୦୧୪ ଜୁଲାଇରେ ମାମଲାର ଚାର୍ଜସିଟ ଦାୟର ହୋଇଥିଲା । ତାଙ୍କ ବିରୋଧରେ ଧାରା ୩୭୬, ୩୭୭, ୩୪୨, ୩୫୪, ୩୫୭, ୫୦୬ ରୁଜୁ ହୋଇଥିଲା । ୨୦୧୩ରେ ରାଜସ୍ଥାନରେ ଥିବା ଆଶ୍ରମରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗ କ୍ରମେ ବର୍ତ୍ତମାନ ୮୧ ବର୍ଷ ବୟସ୍କ ଆଶାରାମ ଯୋଧପୁର ଜେଲରେ ରହିଛନ୍ତି । ଏହି ମାମଲାରେ ୨୦୧୮ ଏପ୍ରିଲ ୨୫ରେ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ ଯୋଧପୁର କୋର୍ଟ ।

ଏହା ସହ ଅନ୍ୟ ୨ ଶିଷ୍ୟଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡ ଶୁଣାଇଥିଲେ କୋର୍ଟ । ଦୁଷ୍କର୍ମ ଅଭିଯୋଗ କ୍ରମେ ଆଶାରାମ ବାପୁଙ୍କ ପୁଅ ନାରାୟଣ ସାଇଙ୍କୁ ଗତ ଏପ୍ରିଲ ୨୦୧୯ରେ ସୁରଟର ଏକ ଦୌରାଜଜ ଆଜୀବନ କାରାଦଣ୍ଡାଦେଶ ଦେଇଥିଲେ ।

Leave A Reply

Your email address will not be published.