ପ୍ରମୁଖ ଖବର

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ
୨୦ତାରିଖ ଭୋଟ୍ ପାଇଁ ଗଞ୍ଜାମରେ ମୁତୟନ ହେଲେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ

0

ନୂଆଦିଲ୍ଳୀ: ସଂସଦରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେକ୍ଷଣ ରିପୋର୍ଟ। ବଜେଟ୍ ପୂର୍ବରୁ ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୨୦୨୩-୨୪ ଆର୍ଥିକ ବର୍ଷରେ ୬.୫ ପ୍ରତିଶତ ଜିଡିପି ଅଭିବୃଦ୍ଧି ରହିବା ନେଇ ଆକଳନ କରାଯାଇଛି । ବିଶ୍ୱର ବିଭିନ୍ନ ରାଷ୍ଟ୍ର ମାନ୍ଦାବସ୍ତାର ସମ୍ମୁଖୀନ ହେବାର ଆକଳନ କରାଯାଇଥିବା ବେଳେ ଭାରତ, ବିଶ୍ୱର ପ୍ରମୁଖ ଦ୍ରୁତତମ ଅର୍ଥନୀତି ଭାବେ ସ୍ଥାନ ବଜାଇ ରଖିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ।

ଆଜି ସଂସଦରେ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଉପସ୍ଥାପନ ହୋଇଯାଇଛି।ସାଧାରଣତଃ ବଜେଟ ଉପସ୍ଥାପନର ଏକ ଦିନ ପୂର୍ବରୁ ଲୋକସଭାରେ ଏହାର ଉପସ୍ଥାପନ କରାଯାଇଥାଏ, ଏହି କ୍ରମରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ କରି ସୂଚନା ଦେଇଛନ୍ତି ଯେ ଆର୍ଥିକ ବର୍ଷ ୨୦୨୨-୨୦୨୩ରେ ଜିଡିପି ଅଭିବୃଦ୍ଧି ୭ ପ୍ରତିଶତ ହୋଇଥିବା ବେଳେ ଆଗାମୀ ବର୍ଷ ଏହା ୬.୫ ପ୍ରତିଶତ ହୋଇପାରେ ବୋଲି ଆକଳନ କରାଯାଇଛି। ଏହି ଅଭିବୃଦ୍ଧି ହାରରେ ଭାରତୀୟ ଅର୍ଥନୀତି ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହୋଇ ରହିବ। ମହାମାରୀ ସମୟରେ ମନ୍ଥର ହୋଇ ଯାଇଥିବା ଅର୍ଥନୀତି ପୁଣି ଥରେ ଉଦ୍ଧାର ‌ହୋଇଛି ବୋଲି ସର୍ବେକ୍ଷଣ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

Leave A Reply

Your email address will not be published.