ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

୨୦୨୩-୨୪ କେନ୍ଦ୍ର ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ

0

ନୂଆଦିଲ୍ଲୀ: ଆଜି ପୂର୍ବାହ୍ନ ୧୧ଟା ବେଳେ ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରି ଉଦ୍‌ବୋଧନ ଆରମ୍ଭ କରିଛନ୍ତି।୨୦୨୩-୨୪ କେନ୍ଦ୍ର ବଜେଟ୍‌ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରଥମେ ଅର୍ଥମନ୍ତ୍ରାଳୟରେ ପହଞ୍ଚିଥିଲେ। ଏହାପରେ ସେ ବଜେଟ୍‌ ଉପସ୍ଥାପନ ଅର୍ଥମନ୍ତ୍ରାଳୟ ସମ୍ମୁଖରେ ଫଟୋ ଉଠାଇବା ପାଇଁ ଅର୍ଥମନ୍ତ୍ରୀ ଲାଲ୍‌ ରଙ୍ଗର ‘ବହିଖାତା’ ଧରି ଅର୍ଥ ରାଷ୍ଟ୍ରମନ୍ତ୍ରୀ ଭାଗବତ କ୍ରିଷ୍ଣାରାଓ ଏବଂ ଅର୍ଥମନ୍ତ୍ରାଳୟର ଅନ୍ୟାନ୍ୟ ଅଧିକାରୀମାନଙ୍କ ସହିତ ଠିଆ ହୋଇଥିଲେ।

୨୦୨୩-୨୪ ବଜେଟ୍‌ ଅଭିଭାଷଣ ପ୍ରଦାନ ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଅର୍ଥ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାଗବତ କିଷନ୍‌ରାଓ କରାଡ଼, ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ଏବଂ ଅର୍ଥମନ୍ତ୍ରାଳୟର ପଦସ୍ଥ ଅଧିକାରୀମାନେ ରାଷ୍ଟ୍ରପତି ଭବନକୁ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଫେରିବା ପରେ ସଂସଦରେ କ୍ୟାବିନେଟ୍‌ ବୈଠକ ବସିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍‌ ଆଜି ‘୨୦୨୩-୨୪ କେନ୍ଦ୍ରୀୟ ବଜେଟ୍‌’କୁ ଅନୁମୋଦନ କରିଥିଲା। ୧୫ ମିନିଟ୍‌ ମଧ୍ୟରେ ଆଜିର ଏହି କ୍ୟାବିନେଟ୍‌ ବୈଠକ ଶେଷ ହୋଇଥିଲା।

ସୂଚନା ଅନୁଯାୟୀ, ଦିନ ୧୧ଟାରୁ ବଜେଟ୍ ଆରମ୍ଭ ହେଇଯାଇଛି। ଚଳିତ ଥର ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ହେଉଛି। କରଦାତାଙ୍କ ପାଇଁ କଣ ରହିଛି ସ୍ବତନ୍ତ୍ର ବ୍ୟବସ୍ଥା  । ଏହା ଉପରେ ରହିଛି ଦେଶବାସୀଙ୍କ ନଜର। ବଜେଟରେ ଅର୍ଥମନ୍ତ୍ରୀ ଟିକସଦାତାଙ୍କୁ ଧାରା ୮୦ ସି ଅଧୀନରେ ୨.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସଞ୍ଚୟ ସୁବିଧା ପ୍ରଦାନ କରିପାରନ୍ତି । ଏପରିକି ଆୟକର ଲାଗୁ ସୀମା ଅଢେଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି, ଷ୍ଟାଣ୍ଡାର୍ଡ ଡିଡକ୍ସନକୁ ୫୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା କରିବା ଏବଂ ସର୍ବୋଚ୍ଚ ଟିକସ ହାରକୁ  ୩୦% ପରିବର୍ତ୍ତେ ୨୫%କୁ ହ୍ରାସ ନେଇ ଆଶା କରାଯାଉଛି ।

ବେକାରୀ ସମସ୍ୟା, ଅର୍ଥନୀତିରେ ମାନ୍ଦାବସ୍ତା ମଧ୍ୟରେ ଆସୁଥିବା ଏହି ବଜେଟ ଖୁବ୍ ଗୁରୁତ୍ୱପୂର୍ଣ୍ଣ। ଗତ କିଛି ବର୍ଷ ଧରି ବଜେଟରେ ମଧ୍ୟବିତ୍ତଙ୍କ ପାଇଁ କିଛି ଠୋସ ନିଷ୍ପତ୍ତି ନିଆଯାଇନାହିଁ । ଏଥର ବଜେଟରେ ସରକାର କିଛି ବଡ ପଦକ୍ଷେପ ନେବେ ବୋଲି ଚର୍ଚ୍ଚା ହେଉଛି।

Leave A Reply

Your email address will not be published.