ପ୍ରମୁଖ ଖବର

ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍‌ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି

ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର

0

ଭୁବନେଶ୍ବର; ଲୋକପ୍ରିୟ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଆକ୍ୟୁଟ୍‌ ହେପାଟାଇଟିସ୍‌ ଯୋଗୁ ସେ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଛନ୍ତି । ଖୁବ୍ ଶୀଘ୍ର ତାଙ୍କର ଯକୃତ ପ୍ରତିରୋପଣ କରିବାକୁ ପରାମର୍ଶ ଦେଇଛନ୍ତି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର । ଏଥିପାଇଁ ପ୍ରାୟ ୫୦ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇପାରେ।

ପିଣ୍ଟୁଙ୍କ ଅସୁସ୍ଥତା ଖବର ଓଲିଉଡ ଜଗତରେ ଦୁଃଖର ବାତାବରଣ ଖେଳାଇଦେଇଛି । ପିଣ୍ଟୁଙ୍କର ଆଶୁ ଆରୋଗ୍ୟ କାମନା କରିଛିି ପୁରା ଓଲିଉଡ । ତେବେ ପିଣ୍ଟୁଙ୍କ ଚିକିତ୍ସା ପାଇଁ ବହୁ ଟଙ୍କାର ଆବଶ୍ୟକତା ଥିବାରୁ ଏଥିପାଇଁ ତାଙ୍କ ପରିବାର ଲୋକଙ୍କ ସମେତ ଓଲିଉଡ ବି ଆଗେଇ ଆସିଛି । ତେବେ ଏ ସବୁ ଭିତରେ ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟ ଗୁରୁତର ଥିବାବେଳେ ସରକାରଙ୍କଠାରୁ ସହାୟତା ଲୋଡିଛି ଓଲିଉଡ ।

Leave A Reply

Your email address will not be published.