ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି

0

ପୁରୀ; ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର। ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

ହିଙ୍ଗୁଳ, ହରିତାଳ, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବା ପରେ ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।

Leave A Reply

Your email address will not be published.