ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ନବ ଦାସଙ୍କ ସ୍ମୃତିସଭାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

0

ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସ୍ମୃତିସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ମୃତିସଭାରେ ପହଞ୍ଚି ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇବା ସହ ନବଦାସଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହାପୂର୍ବରୁ ସେ ନବ କିଶୋର ଦାସଙ୍କ ପତ୍ନୀ ଝିଅ ଦିପାଳି ଓ ପୁଅ ବିଶାଲଙ୍କୁ ଭେଟି ସମବେଦନା ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ସ୍ମୃତିସଭାକୁ ଯାଇଥିଲେ। ଝାରସୁଗୁଡ଼ାର ସରବାହାଲଠାରେ ଆୟୋଜିତ ଏହି ସ୍ମୃତିସଭାରେ ରାଜ୍ୟ ମନ୍ତ୍ରିମଣ୍ଡଳର ଅଧିକାଂଶ ସଦସ୍ୟ ଓ ବିଧାୟକ ଉପସ୍ଥିତ ରହି ନବ ଦାସଙ୍କ ସ୍ମୃତିଚାରଣ କରିଥିଲେ।

ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ  ଆଖି ଆଗରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ଆବଶ୍ୟକ ଟ୍ରାଫିକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଝାରସୁଗୁଡ଼ା  ବସ୍‌ଷ୍ଟାଣ୍ଡରୁ  ସରବାହଲ ହାଇସ୍କୁଲ ପର୍ଯ୍ୟନ୍ତ ରାସ୍ତାରେ ଭାରୀଯାନ ଚଳାଚଳ ବନ୍ଦ ରହିଛି। ପୁଲିସ ପକ୍ଷରୁ ୧୨ ପଏଣ୍ଟରେ ନାକା ଲଗାଯାଇଚି। ସହରରେ ଟ୍ରାଫିକ ସ୍ବାଭାବିକ ରହିଛି। ଯେଭଳି ସଧାରଣ ଲୋକ ପ୍ରଭାବିତ ନହେବେ ସେଥିପ୍ରତି ଦୃଷ୍ଟି ଦିଆଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୨୫ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ମୁତୟନ କରାଯାଇଛି।

Leave A Reply

Your email address will not be published.