ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସରିଲା ଅଭିଯୁକ୍ତ ଗୋପାଳ ଦାସର ନାର୍କୋ ଟେଷ୍ଟ

0

ଝାରସୁଗୁଡା; ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗୋପାଳକୃଷ୍ଣ ଦାସର ନାର୍କୋ ଟେଷ୍ଟ ଶେଷ ହୋଇଛି। ଗୁଜରାଟର ଗାନ୍ଧିନଗରସ୍ଥିତ ଡିଏଫ୍ଏସରେ ଗୋପାଳର ନାର୍କୋ ଟେଷ୍ଟ କରାଯାଇଛି। ନାର୍କୋ ଟେଷ୍ଟ ପରେ ଅଚେତ ହୋଇପଡ଼ିଛି ଗୋପାଳ । ପରୀକ୍ଷା ସମୟରେ ନିଶ୍ଚେତକ ଦିଆଯାଇଥିବାରୁ ଗୋପାଳ ଏବେ ବେହୋସ ଅଛି । ଆଗାମୀ କିଛି ଘଣ୍ଟା ତାକୁ ଅବଜରଭେସନରେ ରଖାଯିବ । ଅଭିଯୁକ୍ତର ସ୍ବାସ୍ଥ୍ୟବସ୍ଥା ଉପରେ ସ୍ବତନ୍ତ୍ର ଡାକ୍ତରୀ ଦଳ ନଜର ରଖିଛନ୍ତି । ସେଠାରୁ କାଲି ଗୋପାଳକୁ ଝାରସୁଗୁଡ଼ା ଅଣାଯିବ ।

ସୂଚନାଯୋଗ୍ୟ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ୨୯ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟାରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ। ସେ ସେହି କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚି ମଂଚାସୀନ ହେବା ପୂର୍ବରୁ ତାଙ୍କୁ ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ମୁତୟନ ହୋଇଥିବା ପୁଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ଗୁଳି କରିଥିଲା। ନବ ଦାସଙ୍କ ଛାତିରେ ଗୁଳି ବାଜିଥିବାରୁ ସେ ଘଟଣାସ୍ଥଳରେ ହିଁ ତଳେ ପଡ଼ିଯାଇଥିଲେ। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା। ଭୁବନେଶ୍ବରସ୍ଥିତ ଆପଲୋ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ଏହି ଘଟଣାରେ ଅଭିଯୁକ୍ତ ଏଏଏସ୍‌ଆଇ ଗୋପାଳକୃଷ୍ଣକୁ ପୁଲିସ ଗିରଫ କରିଛି। କ୍ରାଇମ୍‌ବ୍ରାଞ୍ଚ ଏହି ଘଟଣାର ତଦନ୍ତ ଜାରି ରଖିଛି

କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୮ ଜଣିଆ ଟିମ୍ ଗାନ୍ଧୀନଗରରେ ଗୋପାଳକୁ ଜେରା କରିଛନ୍ତି । ପୂର୍ବରୁ ଗୋପାଳର ଏଲଭିଏ ଟେଷ୍ଟ କରାଯିବା ସହ ଘଟଣାସ୍ଥଳରେ କ୍ରାଇମସିନ୍ ରିକ୍ରିଏସନ୍ କରାଯାଇଛି । ସେପଟେ ଆସନ୍ତା ୧୩ ତାରିଖରୁ ସରୁଛି ଗୋପାଳର ତୃତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି । ଗତ ୯ ତାରିଖରୁ ଗୋପାଳକୁ ତୃତୀୟ ପର୍ଯ୍ୟାୟରେ ୫ଦିନିଆ ରିମାଣ୍ଡରେ ନେଇଥିଲା କ୍ରାଇବ୍ରାଞ୍ଚ ।

Leave A Reply

Your email address will not be published.