ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର

ବଦଳିଲେ ୧୨ ରାଜ୍ୟର ରାଜ୍ୟପାଳ

0

ନୂଆଦିଲ୍ଲୀ; ୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏହାପୂର୍ବରୁ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ।

ସେହିଭଳି ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଭଗତ ସିଂ କୋଶୟାରୀ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭଗତଙ୍କ ଇସ୍ତଫାକୁ ସ୍ୱୀକାର କରିନେବା ସହ ଝାଡଖଣ୍ଡର ରାଜ୍ୟପାଳ ଥିବା ରମେଶ ବୈଶଙ୍କୁ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି । ସେପଟେ ଆସାମର ରାଜ୍ୟପାଳ ଭାବେ ଗୁଲାବ ଚନ୍ଦ୍ର କଟାରିଆ, ଶିବ ପ୍ରସାଦ ଶୁକ୍ଳାଙ୍କୁ ହିମାଚଳ ପ୍ରଦେଶର ରାଜ୍ୟପାଳ, ଲେଫ୍ଟନାଣ୍ଟ ଜେନେରାଲ କୈବଲ୍ୟ ତ୍ରିବିକ୍ରମ ପରନାୟକଙ୍କୁ ଅରୁଣାଚଳପ୍ରଦେଶ, ମଣିପୁରର ରାଜ୍ୟପାଳ ଭାବେ ଅନୁସୂୟା ୱିକି, ନାଗାଲାଣ୍ଡର ରାଜ୍ୟପାଳ ଭାବେ ଏଲ୍‌, ଗଣେଶନ, ମେଘାଳୟର ରାଜ୍ୟପାଳ ଭାବେ ଫାଗୁ ଚୌହ୍ୱାନ, ବିହାରର ରାଜ୍ୟପାଳ ଭାବେ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର, ଆନ୍ଧ୍ରପଦେଶର ରାଜ୍ୟପାଳ ଭାବେ ପୂର୍ବତନ ବିଚାରପତି ଏସ. ଅବଦୁଲ ନଜୀର, ଝାଡଖଣ୍ଡର ରାଜ୍ୟପାଳ ଭାବେ ସିପି ରାଧାକୃଷ୍ଣନ, ସିକ୍କିମର ରାଜ୍ୟପାଳ ଭାବେ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଅନ୍ୟପଟେ ଲଦାଖ ଉପରାଜ୍ୟପାଳ ରାଧାକ୍ରିଷ୍ଣନ୍ ମାଥୁର୍‌ଙ୍କ ଇସ୍ତଫା ଗୃହୀତ ହୋଇଛି। ତାଙ୍କ ସ୍ଥାନରେ ଅରୁଣାଚଳ ପ୍ରଦେଶ ରାଜ୍ୟପାଳ ବି.ଡି ମିଶ୍ରାଙ୍କୁ ଉପରାଜ୍ୟପାଳ ଭାବେ ଦାୟିତ୍ୱ ମିଳିଛି।

Leave A Reply

Your email address will not be published.