ଝାରସୁଗୁଡା; ନବକିଶୋର ଦାସ ହତ୍ୟା ମାମଲାରେ ଏବେ ଜେଲରେ ରହିଛି ଅଭିଯୁକ୍ତ ଗୋପାଳ ଦାସ । ଅଭିଯୁକ୍ତ ଗୋପାଳ ଦାସକୁ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ ହାଜର ପରେ ଝାରସୁଗୁଡ଼ା ଉପକାରାଗାରକୁ ନିଆଯାଇଛି। ତୃତୀୟ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ କଡ଼ା ସୁରକ୍ଷା ବଳୟରେ ଗୋପାଳକୁ କୋର୍ଟରେ ହାଜର କରିଥିଲା କ୍ରାଇମବ୍ରାଞ୍ଚ।ଗତକାଲି ବିଳମ୍ବିତ ରାତିରେ ଝାରସୁଗୁଡା ଅଣାଯାଇ ବିମାନବନ୍ଦର ଥାନାରେ ରଖାଯାଇଥିଲା। ପରେ ଓଏସଏପି ଦ୍ବିତୀୟ ବାଟାଲିଅନକୁ ନେଇ ଜେରା କରିଥିଲା କ୍ରାଇମବ୍ରାଞ୍ଚ। ନାର୍କୋ ଓ ପଲିଗ୍ରାଫ ଟେଷ୍ଟ ପାଇଁ ଗୋପାଳକୁ ଝାରସୁଗୁଡ଼ାରୁ ଗୁଜୁରାଟର ଗାନ୍ଧିନଗର ନିଆଯାଇଥିଲା।
ପ୍ରମୁଖ ଖବର
୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା