ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର

ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ

0

ପୁରୀ: ଆଜି ହେଉଛି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପୁରୀର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ଆଜି ଚଳଚଞ୍ଚଳ ହୋଇପଡ଼ିଛି। ଏଠାରେ ହଜାର ହଜାର ଭକ୍ତଙ୍କ ସମାଗମ ହେବାର ଆକଳନ କରାଯାଇଛି। ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଛନ୍ତି।

ଭାରତବର୍ଷର ଅନ୍ୟ କୌଣସି ଶୈବପୀଠ କିମ୍ୱା ମନ୍ଦିରରେ ପଙ୍କୋଦ୍ଧାର ସ୍ୱତନ୍ତ୍ର ରୀତି ନୀତି ନାହିଁ । ଶ୍ରୀମନ୍ଦିର ସହ ପ୍ରତ୍ୟକ୍ଷ ସଂପୃକ୍ତ ଥିବା ଶ୍ରୀଲୋକନାଥ ଦେବଙ୍କ ମନ୍ଦିରରେ ମହାଶିବରାତ୍ରିର ଗୋଟିଏ ଦିନ ପୂର୍ବରୁ ପଙ୍କୋଦ୍ଧାରର ସ୍ୱତନ୍ତ୍ର ନୀତି କରାଯାଇଥାଏ । ପ୍ରଭୁ ବର୍ଷ ସାରା ବେଲପତ୍ର, ଫୁଲ, ନୈବେଦ୍ୟ ଓ ଲାଗି ପାଣିରେ ବୁଡ଼ି ଧ୍ୟାନସ୍ଥ ରହିଥିବା ବେଳେ ଭକ୍ତଙ୍କ ଲାଗି ପଙ୍କୋଦ୍ଧାର କାର୍ଯ୍ୟ କରାଯାଇଥିଲା। ପ୍ରାୟ ଶହେ ପାଖାପାଖି ସେବକ ଓ ସ୍ବେଚ୍ଛାସେବୀ ନିୟୋଜିତ ହୋଇଥିଲେ। ପଙ୍କୋଦ୍ଧାର ଭଳି ଏକ ନିଆରା ପରମ୍ପରାକୁ ପ୍ରତ୍ୟକ୍ଷ କରିବା ଲାଗି ମଧ୍ୟ ଭକ୍ତମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳୁଥିଲା। ଭକ୍ତମାନେ ପାର୍ବତୀ ସାଗର ପାର୍ଶ୍ବରେ ପଙ୍କୋଦ୍ଧାର କାର୍ଯ୍ୟ ଦେଖିଥିଲେ।

ସୂଚନାଯୋଗ୍ୟ; ପଙ୍କୋଦ୍ଧାର ଏକାଦଶୀ ଅବସରରେ ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ ପକ୍ଷରୁ ଚୁଡ଼ାନ୍ତ ନୀତି ନିର୍ଘଣ୍ଟ ଅନୁସାରେ ରାତ୍ର ୧୨ଟାରୁ ଦ୍ୱାର ଫିଟା ପରେ ବିଭିନ୍ନ ନୀତିକାନ୍ତି ବଢ଼ି ଭୋର ୫ଟାରୁ ସକାଳ ୭ଟା ମଧ୍ୟରେ ପଙ୍କୋଦ୍ଧାର ଶେଷ ପରେ ମାଘ ସ୍ନାନ ହୋଇ ଟିକେଟ ଦର୍ଶନ ଓ ସର୍ବସାଧାରଣ ଦର୍ଶନ ଚାଲିଛି । ତେବେ ପଙ୍କୋଦ୍ଧାର ଓ ଜାଗର ଅବସରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥାରେ ସାମିଲ ହେବାକୁ ଚାହୁଁଥିବା ଭକ୍ତ ମାନଙ୍କ ପାଇଁ ମନ୍ଦିର ପରିଚାଳନା ଟ୍ରଷ୍ଟ ପକ୍ଷରୁ ଟୋକନ ବ୍ୟବସ୍ଥା କରାଯାଇଛି। ପଙ୍କୋଦ୍ଧାର ଏକାଦଶୀ ଦିନ ୨ହଜାର ଓ ଜାଗର ଯାତ୍ରା ଦିନ ୪ହଜାର ସ୍ବତନ୍ତ୍ର ଦର୍ଶନ ଟିକେଟ ବିକ୍ରି ହେବାକୁ ଥିବାବେଳେ ଟିକେଟ ଦାମ୍ ୧୦୦ ଟଙ୍କା ରଖାଯାଇଛି ।

Leave A Reply

Your email address will not be published.