ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ନବ ଦାସ ମୃତ୍ୟୁ ମାମଲାରେ ଗୃହରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର : ଆଜି ପୁଣି ଅଚଳ ହୋଇଛି ବିଧାନସଭା। ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ ଗୃହର ମଧ୍ୟଭାଗକୁ ଆସି ବି‌ରୋଧୀ ଦଳର ବିଧାୟକମାନେ ହୋହଲ୍ଲା କରିଛନ୍ତି। ଏହି ହଟ୍ଟଗୋଳ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ନବ ଦାସ ହତ୍ୟା ମାମଲା ସଂକ୍ରାନ୍ତୀୟ ବିବୃତି ରଖିଛନ୍ତି। ନିଜ ବିବୃତିରେ ମୁଖ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପରେ ରାଜ୍ୟ ସରକାର ଏହାର ତଦନ୍ତ କ୍ଷେତ୍ରରେ ଏଯାବତ୍ ଗ୍ରହଣ କରିଥିବା ସମସ୍ତ ପଦକ୍ଷେପ ସଂପର୍କରେ ଗୃହକୁ ଅବଗତ କରିଥିଲେ। ଏଥିସହ ଏହି ସ୍ପର୍ଶକାତର ଘଟଣାର ରାଜନୀତୀକରଣ କରାଯାଉଥିବା ନେଇ କ୍ଷୋଭ ପ୍ରକାଶ କରିବା ସହ ବିଜେପି ଉପରେ ବର୍ଷିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ବିବୃତିରେ କହିଥିଲେ ଯେ ଏହା ଅତ୍ୟନ୍ତଦୁଃଖଦାୟକ କି ପୂର୍ବତନ ମନ୍ତ୍ରୀଙ୍କ ହତ୍ୟାକାରୀ ଜଣେ ପୁଲିସ ଅଧିକାରୀ। ତେବେ ଏହି କାରଣରୁ ବିଜେପି ପକ୍ଷରୁ ‌ସମଗ୍ର ପୁଲିସ ବାହିନୀକୁ ଯେଭଳି ଆକ୍ଷେପ କରାଯାଇ ମନ୍ତବ୍ୟ ଦିଆଯାଉଛି ତାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହି ଘଟଣାକୁ ନେଇ ରାଜନୈତିକ ବୟାନବାଜି ହେତୁ ପୂରା ପୁଲିସ ବାହିନୀର ମନୋବଳ ଉପରେ ନକାରାତ୍କମ ପ୍ରଭାବ ପଡ଼ୁଛି। ବିଜେପି ରାଜ୍ୟର ପୁଲିସ ବାହିନୀକୁ ଉଦ୍ଦେଶ୍ୟମୂଳକ ଭାବେ ବଦନାମ କରିବାକୁ ଉଦ୍ୟମ କରୁଛି। ସେହିପରି ସାମ୍ବିଧାନିକ ପଦବୀରେ ଥିବା ଜଣେ ବ୍ୟକ୍ତି ଜଣେ କାର୍ଯ୍ୟରତ ମହିଳା ପୁଲିସ ଅଧିକାରୀଙ୍କୁ ଆକ୍ରମଣ କରିବା ବି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା। ଓଡ଼ିଶା ଏଭଳି ଲଜ୍ଜାଜନକ କାଣ୍ଡକୁ କଦାପି କ୍ଷମାଦେବ ନାହିଁ।

ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ବିରୋଧୀଙ୍କ ହଟଗୋଳକୁ ଦେଖି ଗୃହର ସୁପରିଚାଳନା ପାଇଁ ବାଚସ୍ପତି କାର୍ଯ୍ୟ ପରାମର୍ଶଦାତା କମିଟି ବୈଠକ ଡକାଇବା ସହ ଅପରାହ୍ନ ଚାରିଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରିଛନ୍ତି।

Leave A Reply

Your email address will not be published.