ପ୍ରମୁଖ ଖବର

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍‌ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ

ରାସ୍ତାରୁ ହଟିବ ୨୦ ଲକ୍ଷରୁ ଅଧିକ ପୁରୁଣା ଗାଡ଼ି

0

ଭୁବନେଶ୍ୱର: ରାସ୍ତାରୁ ହଟିବ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି। ଫିଟନେସ ଠିକ୍ ନଥିବା ଯାନକୁ ସ୍କ୍ରାପ କରାଯିବ। ରାଜ୍ୟରେ ୨୦ ଲକ୍ଷରୁ ଅଧିକ ଗାଡ଼ି ରାସ୍ତାରୁ ହଟିବ। କେଉଁ କେଉଁ ଗାଡ଼ି ହଟିବ ସେ ନେଇ ଗୃହରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ୧୫ ବର୍ଷରୁ ଉଦ୍ଧ୍ୱର୍ ଫିଟନେସ ନଥିବା ଗାଡ଼ି ଗୁଡ଼ିକୁ ସ୍କ୍ରାପ କରାଯିବ । ଏଥିମଧ୍ୟରୁ ସର୍ବାଧିକ ୧୨ ଲକ୍ଷ ୯୯ ହଜାର ୩୫୧ଟି ମଟର ସାଇକେଲ ଓ ସ୍କୁଟର ରହିଛି । ମାର୍ଚ୍ଚ ୧୫ ତାରିଖ ସୁଦ୍ଧା ଏହି ଗାଡ଼ିକୁ ସ୍କ୍ରାପ କରିବାକୁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର ।

ସେହିପରି ରାଜ୍ୟରେ ୮୦ ଲକ୍ଷ ୨୦ ହଜାର ୫୦୦ ଗାଡ଼ିର ଫିଟନେସ ରହିଛି । ଫିଟନେସ ନଥିବା ଗାଡ଼ିକୁ ସ୍କ୍ରାପ ପାଇଁ ରାଜ୍ୟ ସରକାର ସ୍କ୍ରାପ ପଲିସି ୨୦୨୨ର ପ୍ରଣୟନ କରିଛନ୍ତି । ବିଜେପି ବିଧାୟିକା କୁସୁମ ଟେଟେଙ୍କ ଅଣତାରକା ପ୍ରଶ୍ନର ଲିଖିତ ଉତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ।

Leave A Reply

Your email address will not be published.