ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

୪ ଦିନିଆ ରିମାଣ୍ଡରେ ଗଲେ ବାବୁରାମ ଦେ

0

ବାଲେଶ୍ୱର: ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେ’ଙ୍କୁ ପୁଲିସ ୪ ଦିନିଆ ରିମାଣ୍ଡରେ ନେଇଛି। ପାକିସ୍ତାନକୁ ତଥ୍ୟ ଲିକ୍‌ ଅଭିଯୋଗରେ ଗିରଫ ମାମଲାରେ ଗତକାଲି ଗିରଫ ହୋଇଥିବା ଚାନ୍ଦିପୁରସ୍ଥିତ ଆଇଟିଆର୍‌ର ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେ’ଙ୍କୁ ପୁଲିସ ୪ ଦିନିଆ ରିମାଣ୍ଡରେ ନେଇଛି। ବାବୁରାମ ଦେ’ଙ୍କୁ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ସ୍ଥାନୀୟ ଏସ୍‌ଡିଜେଏମ୍‌ କୋର୍ଟରେ ଆବେଦନ କରିଥିଲା। କିନ୍ତୁ କୋର୍ଟ ୪ ଦିନ ପାଇଁ ରିମାଣ୍ଡ ଅନୁମତି ଦେଇଛନ୍ତି। ବାବୁରାମ ଦେ’ଙ୍କ ରିମାଣ୍ଡ ଅବଧି ଆଜିଠାରୁ ଆରମ୍ଭ ହୋଇଥିଲା ବେଳେ ଏହା ଆଗାମୀ ୨୮ ତାରିଖରେ ଶେଷ ହେବ।

ରିମାଣ୍ଡ ବେଳେ ଅଟକ ଥିବା ୭ ଜଣଙ୍କ ସହିତ ବାବୁରାମକୁ ମୁହାଁମୁହିଁ ଜେରା କରାଯିବ । ଗତକାଲି ବାଲେଶ୍ବର ଚାନ୍ଦିପୁର ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜରୁ ତଥ୍ୟ ଦେବା ଅଭିଯୋଗରେ ଟେକ୍ନିକାଲ ଅଧିକାରୀ ବାବୁରାମ ଦେ’କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା । ହନିଟ୍ରାପ୍ ମାଧ୍ୟମରେ ରାୱଲପିଣ୍ଡିକୁ କେଉଁ ତଥ୍ୟ ଦେଇଛନ୍ତି ଅଭିଯୁକ୍ତ ? ତଥ୍ୟ ବଦଳରେ କେତେ ଟଙ୍କା ମିଳିଛି ? ଆଉ କେଉଁ ସୁବିଧା ହାତେଇଛନ୍ତି ଅଭିଯୁକ୍ତ ? ନେଟୱର୍କରେ ଅନ୍ୟ କିଏ କିଏ ସାମିଲ ଅଛନ୍ତି ? ରିମାଣ୍ଡରେ ଆଣି ଏସବୁ ତଥ୍ୟ ହାସଲ କରିବ ପୋଲିସ । ଆଜି ସୁଦ୍ଧା ଏହି ମାମଲାରେ ଆଇଟିଆରର ଜଣେ ବରିଷ୍ଠ ଟେକନିକାଲ ଅଫିସରଙ୍କୁ ଗିରଫ କରାଯିବା ସହିତ ଅନ୍ୟ ୪ ଜଣ ସ୍ଥାୟୀ କର୍ମଚାରୀ ଓ ୩ ଜଣ ଠିକା କର୍ମଚାରୀଙ୍କୁ ଅଟକ ରଖି ପଚରା ଉଚରା ଚଳାଇଛି ପୋଲିସ ।

Leave A Reply

Your email address will not be published.