ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ପ୍ରିୟଙ୍କାଙ୍କ ହାତ ଧରିଲେ କ୍ୟାପଟେନ ଦିବ୍ୟଶଙ୍କର

0

ପିପିଲି; ଆଜି କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଦ୍ବିତୀୟ ବିବାହ କରିଛନ୍ତି। ପ୍ରିୟଙ୍କା ଅଗସ୍ତୀଙ୍କର ହାତ ଧରିଛନ୍ତି ଦିବ୍ୟଶଙ୍କର। ପୁରୀ ଜିଲ୍ଲା  ପିପିଲିର ଆଭେଞ୍ଚର କନଭେନସନରେ ଏହି ବିବାହ ଉତ୍ସବ ଅନୁଷ୍ଠିତ ହେଇଯାଇଛି। ପୂର୍ବାହ୍ନରେ ଉଭୟଙ୍କର ନିର୍ବନ୍ଧ ସରିଥିଲା ସନ୍ଧ୍ୟାରେ ବାହାଘର ଅନୁଷ୍ଠିତ ହୋଇଯାଇଛି। ବିବାହ ଉତ୍ସବରେ  କେବଳ ସମ୍ପର୍କୀୟ ଓ ଅତି ପାଖ ଲୋକ ସାମିଲ ହୋଇଥିଲେ। ଯେଉଁମାନଙ୍କ ନିକଟରେ ପାସ ଅଛି ସେମାନଙ୍କୁ ବିବାହ ଉତ୍ସବକୁ ଛଡ଼ାଯିବାକୁ ଅନୁମତି ରହିଥିଲା।

ମିଳିଥିବା ସୂଚନା ଅନୁଯାୟୀ ଏହା ହେଉଛି କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କର ଦ୍ୱିତୀୟ ବିବାହ । ପୂର୍ବରୁ ସେ ଜୟପାଟଣାରେ ବିବାହ କରିଥିଲେ। କୌଣସି କାରଣ ପାଇଁ ସେ ତାଙ୍କ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଛନ୍ତି। ଦିବ୍ୟଶଙ୍କରଙ୍କର ପୁଅ ବି ଅଛନ୍ତି। ସେ ଲଣ୍ଡନରେ ଥିବା ଜଣାଯାଇଛି। ଏଣେ ପ୍ରିୟଙ୍କାଙ୍କର ମଧ୍ୟ ଏହା ଦ୍ବିତୀୟ ବିବାହ। ଆଗରୁ ସେ ମାନସ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କୁ ବିବାହ କରିଥିଲେ। ତେବେ ଉଭୟଙ୍କର ପରେ ଛାଡ଼ପତ୍ର ହୋଇଥିଲା।

Leave A Reply

Your email address will not be published.