ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଦୀପ ଜେନା

0

ଭୁବନେଶ୍ବର; ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଦୀପ ଜେନା। ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଅତିରିକ୍ତ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ତାଙ୍କୁ ଲୋକସେବା ଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି।

ପ୍ରଦୀପ ଜେନା ହେଉଛନ୍ତି ୧୯୮୯ ବ୍ୟାଚ୍‌ର ଆଇଏଏସ୍ ଅଫିସର୍। ପ୍ରାଶାସନିକ ଦକ୍ଷତା ପାଇଁ ସେ ପରିଚିତ। ୧୯୬୪ ମସିହା ଜାନୁଆରୀ ୧ରେ ଢେଙ୍କାନାଳରେ ଜନ୍ମ ଗ୍ରହଣ କରିଥିବା ପ୍ରଦୀପ ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କ୍ୟାରିୟର ଆରମ୍ଭ କରି ପରେ କଳାହାଣ୍ଡିର ଜିଲ୍ଲାପାଳ ହୋଇଥିଲେ। ଶ୍ରୀ ଜେନା ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ, ଜଳସମ୍ପଦ ଓ ଗ୍ରାମ୍ୟ ଉନ୍ନୟନ, ଶକ୍ତି ଓ ଆଇଟି ବିଭାଗର ସଚିବ ଭାବେ କାର୍ଯ୍ୟ କରିଥିଲେ । ମହାବାତ୍ୟା ସମୟରେ କଟକର ଜିଲ୍ଲାପାଳ ଥିବାବେଳେ ସେ ନିଜର ଦକ୍ଷତା ଓ କାର୍ଯ୍ୟ ମାଧ୍ୟମରେ ‘ଲୋକଙ୍କ ଜିଲ୍ଲାପାଳ’ ଭାବେ ପରିଚିତ ହୋଇପାରିଥିଲେ ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଗତକାଲି ଶେଷ ହେବାପରେ ଶ୍ରୀ ଜେନା ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଉନ୍ନୟନ କମିଶନର ଓ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ସ୍ଥାନରେ ଜଳ ସଂପଦ ବିଭାଗ ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ ଆଜି ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେହିପରି ନିକୁଞ୍ଚ ଧଳଙ୍କୁ ନୂଆ ଏସ୍‌ଆର୍‌ସି ଭାବେ ନିଯୁକ୍ତି ଦିଆଯାଇଛି। ବିଦାୟୀ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କୁ ରାଜ୍ୟ ସରକାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ।

Leave A Reply

Your email address will not be published.