ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

୧୦ ଟଙ୍କାରୁ ଅଧିକ ହବନି ରାଜ୍ୟ ସଂଗ୍ରହାଳୟର ପ୍ରବେଶ ଦେୟ

0
  • ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ (ଟିକେଟ) ୧୦ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରଙ୍କ ପାଇଁ ସଂପୂର୍ଣ୍ଣ ମାଗଣା

ଭୁବନେଶ୍ବର; ଓଡିଶା କଳାର ଭୂମି । ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି । ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟ ଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ଜନସାଧାରଣ, ବିଶେଷ କରି ଯୁବ ସମାଜ, ଛାତ୍ର ସମାଜ ତଥା ପର୍ଯ୍ୟଟକ ମାନେ ଯେପରି ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହୋଇପାରିବେ, ସେ ଦୃଷ୍ଟିରୁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏତଦ୍‌ବ୍ୟତୀତ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାର ମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆମ ରାଜ୍ୟରେ ଥିବା ସଂଗ୍ରହାଳୟ ଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକ ମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ଭୁବନେଶ୍ବରରେ ରାଜ୍ୟ ସଂଗ୍ରହାଳୟ ସହିତ କଳାଭୂମି, ଆଦିବାସୀ ସଂସ୍କୃତି ଓ ଗବେଷଣା ସଂଗ୍ରହାଳୟ, କଟକରେ ସାମୁଦ୍ରିକ ସଂଗ୍ରହାଳୟ ତଥା ବିଭିନ୍ନ ଜିଲ୍ଲାରେ ଅନେକ ସଂଗ୍ରହାଳୟ ରହିଛି । ଏଗୁଡିକୁ ଲୋକପ୍ରିୟ କରିବା ପାଇଁ ଏବଂ ପରିଦର୍ଶକ ମାନଙ୍କୁ ଆକୃଷ୍ଟ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ସହାୟକ ହେବ ବୋଲି ଆଶା କରାଯାଉଛି ।

Leave A Reply

Your email address will not be published.