ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ନିର୍ବାଚନ କମିଶନଙ୍କ ନିଯୁକ୍ତିକୁ ନେଇ ସୁପ୍ରିମକୋର୍ଟଙ୍କ ବଡରାୟ

0

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପ୍ରଧାନମନ୍ତ୍ରୀ, ବିରୋଧୀଦଳ ନେତା ଓ ପ୍ରଧାନବିଚାରପତିଙ୍କୁ ନେଇ ଗଠିତ କମିଟିର ସୁପାରିସ ଅନୁସାରେ ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେବେ ବୋଲି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ ।

ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ, ଲୋକସଭାର ବିରୋଧୀଦଳର ନେତା ଓ ପ୍ରଧାନ ବିଚାରପତିଙ୍କୁ ନେଇ ଗଠିତ କମିଟିର ପରାମର୍ଶ କ୍ରମେ ନିର୍ବାଚନ କମିସନର ସମସ୍ତ ସଦସ୍ୟ ନିଯୁକ୍ତ ହେବେ। ସମଗ୍ର ନିର୍ବାଚନକୁ ​​ତଦାରଖ କରୁଥିବା ମୁଖ୍ୟ ନିର୍ବାଚନ କମିଶନର ଏବଂ ଅନ୍ୟ ଦୁଇ ନିର୍ବାଚନ କମିଶନର ହିଁ ବିରୋଧୀ ପକ୍ଷ ଏବଂ ନ୍ୟାୟପାଳିକାକୁ ନେଇ ଗଠିତ କମିଟିର ପରାମର୍ଶରେ ହିଁ ନଯୁକ୍ତି ହେବେ।

ଜଷ୍ଟିସ କେଏମ ଜୋସେଫଙ୍କ ଦ୍ୱାରା ଗଠିତ ୫ ଜଣିଆ ସାମ୍ବିଧାନିକ ବେଞ୍ଚ ଏହି ମାମଲାର ଶୁଣାଣି କରିଥିଲେ। ଏହି ଖଣ୍ଡପୀଠରେ ଜଷ୍ଟିସ ଅଜୟ ରାସ୍ତୋଗୀ, ଜଷ୍ଟିସ ଅନିରୁଦ୍ଧ ବୋଷ, ଜଷ୍ଟିସ ହୃଷିକେଶ ରୟ ଏବଂ ଜଷ୍ଟିସ ସିଟି ରବିକୁମାର ପ୍ରମୁଖ ଅଛନ୍ତି। ରହିଛନ୍ତି। ଏହି ସାମ୍ବିଧାନିକ ବେଞ୍ଚ କହିଛନ୍ତି ଯେ, ନିର୍ବାଚନ ଅବାଧ ଓ ନିରପେକ୍ଷ ହେବା ଉଚିତ । ଏହାର ଶୁଦ୍ଧତା ବଜାୟ ରଖିବା ହିଁ ଭାରତ ନିର୍ବାଚନ ଆୟୋଗଙ୍କର ମୁଖ୍ୟ ଦାୟିତ୍ୱ । ନଚେତ୍ ଗଣତନ୍ତ୍ରରେ ବିପର୍ଯ୍ୟସ୍ତ ପରିଣାମ ଭୋଗିବାକୁ ପଡ଼ିପାରେ।

ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର(ଇସି)ଙ୍କ ନିଯୁକ୍ତି ପାଇଁ କଲେଜିୟମ ଭଳି ବ୍ୟବସ୍ଥା ପାଇଁ ଆବେଦନ କରାଯାଇଥିଲା। ଏହି ମାମଲାର ଶୁଣାଣି କରି ଉପରୋକ୍ତ ରାୟ ଦେଇଛନ୍ତି କୋର୍ଟ। ଗତ ବର୍ଷ ନଭେମ୍ବର ୨୪ ରେ ବେଞ୍ଚ ଏହି ପ୍ରସଙ୍ଗରେ ନିଜର ରାୟ ସଂରକ୍ଷିତ ରଖିଥିଲେ।

Leave A Reply

Your email address will not be published.