ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ପୁରୀ ସ୍ବର୍ଗଦ୍ବାରରେ ହେବ ପିଣ୍ଟୁ ନନ୍ଦଙ୍କ ଶେଷକୃତ୍ୟ

0

ଭୁବନେଶ୍ୱର: ପୁରୀ ସ୍ବର୍ଗଦ୍ବାରରେ ହେବ ପିଣ୍ଟୁ ନନ୍ଦଙ୍କ ଅନ୍ତିମ ସଂସ୍କାର। ଗତକାଲି ରାତିରେ ହାଇଦ୍ରାବାଦରୁ ଭୁବନେଶ୍ବରରେ ପହଞ୍ଚିଥିଲା ମରଶରୀର।  ଆମ୍ବୁଲାନ୍ସ ଯୋଗେ ମରଶରୀରକୁ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କୁ ରାତିରେ ରଖାଯାଇଥିଲା। ଆଜି ସକାଳେ ମଧ୍ୟ ପିଣ୍ଟୁଙ୍କୁ ଶେଷ ଦର୍ଶନ କରିବା ପାଇଁ ଅନେକ ଶୁଭେଚ୍ଛୁଙ୍କ ଭିଡ଼ ଜମିଛି।

ଆଜି ସକାଳେ କଳାରାହାଙ୍ଗ ବାସଭବନ ନିଆଯିବ ପାର୍ଥିବ ଶରୀର। ସେଠାରେ ପରିବାର ଓ ବନ୍ଧୁ ପରିଜନ ଶେଷ ଦର୍ଶନ କରିବେ। ପରେ ଆଚାର୍ଯ୍ୟ ବିହାର ଠାରେ ଥିବା ତାଙ୍କର ଏକ ଚା ଖଟିକୁ ନିଆଯିବ। ସେଠାରୁ ସିଧା ଶେଷ କୃତ୍ୟ ପାଇଁ ତାଙ୍କୁ ପୁରୀ ସ୍ବର୍ଗଦ୍ବର ନିଆଯିବ।

ସୂଚନାଯୋଗ୍ୟ; ଗତ ବୁଧବାର ବିଳମ୍ବିତ ରାତିରେ ହାଇଦ୍ରାବାଦ ଯଶୋଦା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଲିଭର ଟ୍ରାନ୍ସପ୍ଲାଣ୍ଟ ପୂର୍ବରୁ ପିଣ୍ଟୁଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୫ବର୍ଷ ହୋଇଥିଲା। ପିଣ୍ଟୁଙ୍କର ଯକୃତ ଟ୍ରାନ୍ସପ୍ଲାଣ୍ଟ ହେବାକୁ ଥିବା ବେଳେ ଡୋନର ମିଳି ନଥିଲେ। ଫଳରେ ଚିକିତ୍ସାରେ ବିଳମ୍ବ ହୋଇଥିଲା। ଗତ କିଛିଦିନ ତଳେ ତାଙ୍କୁ ଭୁବନେଶ୍ବରରୁ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ସେଠାରେ ଲିଭର ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଥିଲା

Leave A Reply

Your email address will not be published.