ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ବିକାଶର ନୂଆ ଇତିହାସ ଲେଖିବ ବିଜୁ ଏକ୍ସପ୍ରେସ ୱେ

0

ନୂଆପଡା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ କୁ ଏବଂ ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି  ୲ ଏହା ସହିତ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି 

ଉଲେଖଯୋଗ୍ୟ: ବିଜୁ ଏକ୍ସପ୍ରେସ ୱେର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମ ଓଡ଼ିଶା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନୂଆପଡାରେ ମୋଟ ୭୬୬ କୋଟି ଟଙ୍କାର ୧୮୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଯେଉଁଥିରେ ପାନୀୟଜଳ, ଶିକ୍ଷା ଓ ସ୍ୱାସ୍ଥ୍ୟ ଭଳି ବିକାଶମୂଳକ ପ୍ରକଳ୍ପ ରହିଛି । ଆଉ ଏହାସହ ସିଲେଟପାଣିରେ ହୋଇଥିବା ସାଧାରଣ ସଭାରେ ଯୋଗ ଦେଇ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି ନବୀନ ।

ଏହି ସଭାରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ କହିଛନ୍ତି, ଆଜି ଆମର ପ୍ରିୟ ନେତା ବିଜୁ ବାବୁଙ୍କ ଜନ୍ମଦିବସ । ବିଜୁ ବାବୁ ଥିଲେ ଓଡ଼ିଶାବାସୀଙ୍କ ଭରସା । ଏ ମାଟିର ମଣିଷଙ୍କ ସ୍ୱପ୍ନ ସହ ସେ ସବୁବେଳେ ଯୋଡି ହୋଇ ରହୁଥିଲେ । ଜଣେ ଓଡ଼ିଆ ଭାବେ ସେ ଗର୍ବ କରୁଥିଲେ । ତେଣୁ ତାଙ୍କ ଜନ୍ମଦିବସରେ ବିଜୁ ଏକ୍ସପ୍ରେସ ୱେର ଲୋକାର୍ପଣ କରି ମୁଁ ବହୁତ ଖୁସି । ମୁଁ କଥା ନୁହେଁ କାମରେ ବିଶ୍ୱାସ କରେ । ବିଜୁ ଏକ୍ସପ୍ରେସ ୱେରେ ଘାଟିପଡା ଠାରୁ ଆମପାନି ପର୍ଯ୍ୟନ୍ତ ରାସ୍ତା ରେକର୍ଡ ବର୍ଷକ ମଧ୍ୟରେ ଶେଷ ହୋଇଛି ।

ପଶ୍ଚିମ ଓ ଦକ୍ଷିଣ ଓଡିଶା ମଧ୍ୟରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ଘଟିବ ୲ ପର୍ଯ୍ୟଟନର ମଧ୍ୟ ବିକାଶ ଘଟିବ ୲ ଘଟିପଡାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସ ଓ୍ଵେର ଚାରିଥାକିଆ ରାସ୍ତା କାମ ରେକର୍ଡ ଏକ ବର୍ଷ ମଧ୍ୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ. ଓଡିଶାରେ ଭିତ୍ତିଭୂମି ବିକାଶ ପାଇଁ ଅଗ୍ରଣୀ ଭୁମିକା ନେଇଥିବା ମହାନ ଜନନାୟକ ବିଜୁ ବାବୁଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ବାବୁଙ୍କ ଆଦର୍ଶରେ ଏକ ସଶକ୍ତ ଓଡିଶା ଗଠନ ପାଇଁ ସେ କାମ କରି ଚାଲିଛନ୍ତି ।

ବିଜୁ ଏକ୍ସପ୍ରେସ ୱେ ଏକ ରାସ୍ତା ନୁହେଁ, ଏହା ଏହି ଅଞ୍ଚଳର ଜୀବନରେଖା । ଏହି ରାସ୍ତା ବିକାଶର ନୂଆ ଇତିହାସ ଲେଖିବ । ଏହି ରାସ୍ତା ପାଇଁ ଚାଷୀ ଭାଇ, ସାଧାରଣ ଲୋକ ସୁବିଧା ପାଇବେ । ସ୍ୱାସ୍ଥ୍ୟସେବାରେ ଉନ୍ନତି ପରିଲିକ୍ଷିତ ହେବ । ଅର୍ଥନୈତିକ ସ୍ତରରେ ଏହା ବେଶ ଉପଯୋଗୀ ସାବ୍ୟସ୍ତ ହେବ । ନୂଆ ଶିଳ୍ପ ଗଢି ଉଠିବ । ଏକ୍ସପ୍ରେସ ୱେର ଦୁଇ ପାଖରେ ବିଜୁ ଇକୋନୋମିକ କରିଡର କରାଯାଇଛି । ଏହା ଉଭୟ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲା ସୁବିଧା ପାଇବେ । ଇକୋନୋମିକ କରିଡରରେ ପୁଞ୍ଜି ବିନିଯୋଗ ପାଇଁ ଅଧିକ ଇନସେନଟିଭ ଦିଆଯାଇଛି ।

ବିଜୁ ବାବୁଙ୍କ ସ୍ୱପ୍ନ ଥିଲା ସଶକ୍ତ ଓଡ଼ିଶା । ସେ ଦିଗରେ ଆମେ ସଫଳତାର ସହ ଆଗକୁ ବଢୁଛୁ । ଏହାସହ ନୂଆପଡା ଜିଲ୍ଲାର ମା’ ମାନଙ୍କୁ ୨୫ କୋଟି ଟଙ୍କାର ଋଣ ସହାୟତା ରାଶି ପ୍ରଦାନ କରାଯାଇଛି । ନୂଆପଡା ଜିଲ୍ଲାର ବିକାଶକୁ ଆହୁରି ଆଗେଇ ନେବାକୁ ୭୫୦ କୋଟି ଟଙ୍କାର ଅଧିକ ପ୍ରକଳ୍ପକୁ ଆରମ୍ଭ କରି ଖୁସି ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.