ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଫିଲିପ୍ସ ଏଜୁକେସନ୍ ସହିତ ସୋଆର ବୁଝାମଣା ସ୍ୱାକ୍ଷରିତ

0

ଭୁବନେଶ୍ୱର ,୧୪/ ୦୩ : ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଶିଳ୍ପ କ୍ଷେତ୍ରର ବିଭିନ୍ନ ସମସ୍ୟା ସହ ପରିଚିତ ହେବା ନିମନ୍ତେ ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ନଭି ମୁମ୍ବାଇସ୍ଥିତ ଫିଲିପ୍ସ ଏଜୁକେସନ୍‌, ଫିଲିପ୍ସ ମେସିନ୍ ଟୁଲ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ ସହିତ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ କରିଛି ।ଶନିବାର ଦିନ ସ୍ୱାକ୍ଷରିତ ବୁଝାମଣା ଅନୁଯାୟୀ ଫିଲିପ୍ସ ଏଜୁକେସନ୍‌, ଫିଲିପ୍ସ ମେସିନ୍ ଟୁଲ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ ସୋଆ ସହ ମିଳିତ ଭାବେ ଏହାର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିମାନଙ୍କୁ ସ୍ୱଳ୍ପ ଏବଂ ଦୀର୍ଘ ମିଆଦୀ ପ୍ରଶିକ୍ଷଣ ପ୍ରଦାନ କରିବ ଏବଂ ପ୍ରତ୍ୟେକ ବର୍ଷ ନିଯୁକ୍ତି ମଧ୍ୟ ପ୍ରଦାନ କରିବ । ଏହି ଲକ୍ଷ୍ୟକୁ ପୂରଣ କରିବା ନିମନ୍ତେ ବିଭିନ୍ନ ପ୍ରଶିକ୍ଷଣ ଏବଂ ନିଯୁକ୍ତି କାର୍ଯ୍ୟକ୍ରମ ସହିତ କର୍ମଶାଳା ଏବଂ ସେମିନାର ମଧ୍ୟ ଆୟୋଜନ କରାଯିବ ।

ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ଫିଲିପ୍ସ ଏଜୁକେସନ୍‌ର ମୁଖ୍ୟ , ସେଲ୍ସ ଷ୍ଟ୍ରାଟେଜୀ ଶ୍ରୀ କମଲ ବାତ୍ରା ଏ ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ । ଏହି ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର ଆଡିସ୍‌ନାଲ୍ ଡିନ୍ (ଏକାଡେମିକ୍‌) ପ୍ରଫେସର ଡି.ଏନ୍‌. ଥାଟୋଇ, ଟ୍ରେନିଂ ଓ ପ୍ଲେସ୍‌ମେଂଟର ମୁଖ୍ୟ ଡକ୍ଟର ସୁଜିତ କୁମାର ଦାଶ, କ୍ୟାରିୟର ଡେଭଲପ୍‌ମେଂଟ ସେଲ୍‌ର ମୁଖ୍ୟ ଶ୍ରୀ ସୁମିତ ମିତ୍ର, ମେକାନିକାଲ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ଡକ୍ଟର ସରୋଜ କୁମାର ଆଚାର୍ଯ୍ୟ, ମେକାନିକାଲ୍ ଇଞ୍ଜିନିୟରିଂ ବିଭାଗର ପ୍ରଫେସର ଡକ୍ଟର ଜୟଦେବ ବଳ, ଆସୋସିଏଟ୍ ପ୍ରଫେସର ଡକ୍ଟର ସସ୍ମିତା ତ୍ରିପାଠୀ, ଫିଲିପ୍ସ ଏଜୁକେସନ୍‌ର ମ୍ୟାନେଜର ସେଲ୍ସ ଶ୍ରୀ ପ୍ରସାଦ ଅଟି ଏବଂ ପିନାକୋର ମ୍ୟାନେଜର (ମାର୍କେଟିଂ) ଶ୍ରୀ ଏମ୍‌. ମଥାନ୍ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.