ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ହୋର୍ଡିଂ ଟାଓ୍ବାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

0

ଭୁବନେଶ୍ବର: ଶିଶୁଭବନ ଛକରେ ଆଜି ସକାଳୁ ୪୦ ଫୁଟ ଉଚ୍ଚ ହୋର୍ଡିଂ ଟାଓ୍ବାର ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଥିଲା। ସେ ବେକରେ ଜିଆଇ ତାର ଗୁଡାଇ ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ପ୍ରାୟ ୨ ଘଣ୍ଟା ପରେ ଟାୱାର ଉପରୁ ଅଗ୍ନିଶମ ବାହିନୀ ସଂପୃକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିଛନ୍ତି। ତାଙ୍କ ନାଁ ଟୁଲ ପାତ୍ର। ଟୁଲଙ୍କ ଘର ବାଲେଶ୍ୱର ଅଞ୍ଚଳରେ ବୋଲି ଜଣାଯାଇଛି। ସେ ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି।

ଉଦ୍ଧାର କରି  ତଳକୁ ଅଣାଯିବା ପରେ ସେ ଡ୍ରାଇଭର ମହାସଂଘ ନାଁରେ ଆଣିଛନ୍ତି ସାଙ୍ଘାତିକ ଅଭିଯୋଗ। ଡ୍ରାଇଭର ମହାସଂଘ ତାଙ୍କୁ ମାନସିକ ନିର୍ଯାତନା ଦେବା ସହ ତାଙ୍କ ପରିବାର ଲୋକଙ୍କୁ ଧମକ ଦେଉଥିବା ଅଭିଯୋଗ କରିଛନ୍ତି ଯୁବକ। ଡ୍ରାଇଭର ମହାସଂଘ ଆନ୍ଦୋଳନ ବେଳେ ପୁଲିସକୁ କାହିଁକି ଆକ୍ରମଣ କରାଗଲା ଏବଂ ବିଭିନ୍ନ ସ୍ଥାନରେ ଡ୍ରାଇଭରମାନଙ୍କୁ ମାନସିକ ନିର୍ଯାତନା କାହିଁକି ଦିଆଗଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଡ୍ରାଇଭର ମହାସଂଘ ଧମକ ପରେ ସେ ମାନସିକ ଚାପରେ ଆସି ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି କହିଛନ୍ତି ଟୁଲୁ ପାତ୍ର।

Leave A Reply

Your email address will not be published.