ପ୍ରମୁଖ ଖବର

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ, ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆଜି ଅପରାହ୍ମରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ମମତା

0

ପୁରୀ: ପୁରୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମମତାଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ । ଆଜି ଅପରାହ୍ମରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମମତା । ବିଶେଷ ବ୍ୟବସ୍ଥା ମଧ୍ୟରେ ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ପାର୍ଶ୍ବ ଦେବଦେବୀଙ୍କୁ ଦର୍ଶନ ସହ ଶ୍ରୀମନ୍ଦିରରେ ବାନାବନ୍ଧା ନୀତି ଦେଖିବା କାର୍ଯ୍ୟକ୍ରମ ରହିଛି ।

ପୁରୀରେ ହେବାକୁ ଥିବା ପଶ୍ଚିମବଂଗ ଅତିଥିଭବନର ସ୍ଥାନ ନିରୂପଣ ପାଇଁ ବଳିଆପଣ୍ଡା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ମମତା ଆସନ୍ତାକାଲି ଭୁବନେଶ୍ୱର ଯାଇ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ। ଗତକାଲି ମମତା ବାନାର୍ଜୀ ପୁରୀରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଥିଲା। ମମତା ଏବେ ନିର୍ମାଣ ନିବାସରେ ରହୁଛନ୍ତି।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ରହଣୀ ସହ ଶ୍ରୀଜିଉଙ୍କ ଦର୍ଶନକୁ ନେଇ ସ୍ୱତନ୍ତ୍ର ଆୟୋଜନ କରାଯାଇଛିା ମମତା ବାନାର୍ଜୀ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସମୟରେ ସମସ୍ତ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ। ଜେଡ ପ୍ଳସ୍ ସିକ୍ୟୁରିଟି ଅନୁସାରେ ତାଙ୍କୁ ସୁରକ୍ଷା ଯୋଗାଇ ଦିଆଯିବ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି  ଗତକାଲି ବୋଲି ପୁରୀ ଏସ୍‌ପି ଏହି ସୂଚନା ଦେଇଥିଲେ। ଆସନ୍ତାକାଲି ମମତା ବାନାର୍ଜୀ ପୁରୀରୁ ଭୁବନେଶ୍ବର ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.