ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

କେନ୍ଦୁଝର ଜିଲ୍ଲାରେ ୪ ମଇଁଷିଙ୍କୁ ଖାଇଲା ବାଘ

0

ଘଟଗାଁ; କେନ୍ଦୁଝର ଜିଲ୍ଲା ଘଟଗାଁ ବନାଞ୍ଚଳ ଅଟେଇ ସଂରକ୍ଷିତ ଜଙ୍ଗଲରେ ୪ଟି ମଇଁଷିକୁ ବାଘ ମାରି ଖାଇଥିବା ରେଞ୍ଜର ସୂଚନା ଦେଇଛନ୍ତି । ଅଟେଇ ସଂରକ୍ଷିତ ଜଙ୍ଗଲ ନିକଟରେ ଥିବା ଏକ ଗାଁର କିଛି ମଇଁଷି ଶୁକ୍ରବାର ରାତିରେ ଜଙ୍ଗଲରେ ଥିଲେ। ଏହି ମଇଁଷ ପଲରୁ ୪ଟିକୁ ବାଘ ମାରି ଦେଇଥିବା ଜଣାପଡ଼ିଛି। ଏନେଇ ସ୍ଥାନୀୟ ଲୋକେ ଗତକାଲି ସକାଳେ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀ ଘଟଣାର ତଦନ୍ତ କରୁଛନ୍ତି। 

କିଛିଦିନ ପୂର୍ବରୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ମହାବଳ ବାଘ ଥିବା ଟ୍ରାକ କ୍ୟାମେରାରୁ ଜଣାପଡିଥିଲା। ପରେ ପରେ ବନ ବିଭାଗ ଅଟେଇ ସଂରକ୍ଷିତ ଜଙ୍ଗଲର ୪ ଗୋଟି ରାସ୍ତାରେ ଚଳପ୍ରଚଳ ଉପରେ ଅଙ୍କୁଶ ଲଗାଯାଇଥିଲା। ଏଥିସହିତ ଏସିଏଫଙ୍କ ନେତୃତ୍ୱରେ ଏକ ସ୍କ୍ୱାଡ୍‌ ଗଠନ କରାଯାଇ ବାଘର ଗତିବିଧି ଉପରେ ନଜର ରଖାଯାଇଥିଲା। ତେବେ ଗୋଟିଏ ବାଘ ମଇଁଷିଙ୍କୁ ମାରି ଖାଇଛି ନା ଆଉ ବାଘ ଅଛନ୍ତି, ସେ ନେଇ ବନ କର୍ମଚାରୀ ଅନୁସନ୍ଧାନ ଚଳାଇଛନ୍ତି। ଏହି ଘଟଣା ପରେ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଯାଇଛି।

ତେବେ ନୂଆପଡ଼ା ଜିଲ୍ଲାରେ ମଧ୍ୟ ବାଘ ଆତଙ୍କ ଦେଖିବାକୁ ମିଳିଛି। ଜିଲ୍ଲାର ଧରମବନ୍ଧା ସେକ୍ସନ ସିଲିଆରିବାହାଲ ଗାଁରେ ବାଘ ଏକ ବାଛୁରୀକୁ ଖାଇ ଦେଇଥିବା ଜଣାପଡ଼ିଛି। 

Leave A Reply

Your email address will not be published.