ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଅନୁଗୁଳ ଆଲୁମିନିୟମ ପାର୍କ ପୁନର୍ବାର ଚାଲୁ କର

0

କେନ୍ଦ୍ର ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ତାଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଲେ ଧର୍ମେନ୍ଦ୍ର ଆଲୁମିନିୟମ କ୍ଲଷ୍ଟର ପାଇଁ ଆସିଥିବା କେନ୍ଦ୍ରୀୟ ସହାୟତାକୁ ନଫେରାଇ ପାଇଁ ଅନୁରୋଧ କଲେ

ନୂଆଦିଲ୍ଲୀ: ଓଡିଶାର ଅନୁଗୁଳ ଆଲୁମିନିୟମ ପାର୍କ ଠାରେ ପ୍ରସ୍ତାବିତ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ତାଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି। ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଶିଳ୍ପ ଉନ୍ନୟନ ବିଭାଗ ଏବଂ ଅନ୍ତ ବାଣିଜ୍ୟ(ଡିପିଆଇଆଇଟି) ପକ୍ଷରୁ ସୂଚନା ଦିଆଯାଇଛି ଯେ ସଂଶୋଧିତ ଭିତ୍ତିଭୂମି ଉନ୍ନୟନ ଯୋଜନା(ଏମଆଇଆଇୟୁଏସ) ଅଧୀନରେ ୧୮.୦୮.୨୦୧୫ ତାରିଖରେ ଏହି ପ୍ରକଳ୍ପ ଲାଗି ମୋଟ ୯୯.୬୦ କୋଟି ଟଙ୍କା ବ୍ୟୟ କରାଯିବାକୁ ଆକଳନ କରାଯାଇଥିଲା ଏବଂ ଏଥିପାଇଁ ୩୩.୪୪ କୋଟି ଟଙ୍କାର କେନ୍ଦ୍ରୀୟ ସହାୟତା ମଧ୍ୟ ଯୋଗାଇ ଦିଆଯାଇଥିଲା । ଏହି ପ୍ରକଳ୍ପ ପାଇଁ କାର୍ଯ୍ୟକାରୀ ଏଜେନ୍ସି

(ଆଇଏ)ର ଗଠନ ଅନୁଗୁଳ ପାର୍କ ପ୍ରାଇଭେଟ ଲିମିଟେଡ୍(ଏଏପିପିଏଲ) କରାଗଲା । ଏହି ପ୍ରକଳ୍ପ ବିଶେଷ ରୂପେ ଅଗ୍ରଗତି ହୋଇପାରିନଥିବା କାରଣରୁ ଗତ ୦୧.୦୧.୨୦୧୮ରେ ଅନୁଷ୍ଠିତ ସର୍ବୋଚ୍ଚ କମିଟି ବୈଠକରେ ଏହି ପ୍ରକଳ୍ପକୁ ବନ୍ଦ କରିବା ଲାଗି ନିଷ୍ପତି ନିଆଗଲା ଏବଂ କାର୍ଯ୍ୟକାରୀ ସଂସ୍ଥା ଏଏପିପିଏଲକୁ ଏ ବାବଦରେ ମିଳିଥିବା କେନ୍ଦ୍ରୀୟ ସହାୟତା ଫେରାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଗଲା।

ଶ୍ରୀ ପ୍ରଧାନ ଆହୁରି ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଭାରତ ସରକାର ଓଡିଶାର ଖଣିଜ କ୍ଷେତ୍ରର ବିକାଶ ତଥା ରାଜ୍ୟ ଅର୍ଥନୀତିର ବିକାଶ ପାଇଁ ବଦ୍ଧ ପରିକର। ତେଣୁ ଏହି ମାମଲାରେ ଆପଣଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିବା ସହ ଆପଣ ମନ୍ତ୍ରାଳୟର ଅଧିକାରୀଙ୍କୁ ପ୍ରକଳ୍ପର ସମୀକ୍ଷା କରିବା ସହ ଅନୁଗୁଳ ଆଲୁମିନିୟମ ପାର୍କ ଠାରେ ପ୍ରସ୍ତାବିତ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପକୁ ପୁନର୍ବାର ଚାଲୁ କରାଇବା ପାଇଁ ହସ୍ତକ୍ଷେପ ଆବଶ୍ୟକ । ଏହାବ୍ୟତୀତ ଏମଆଇଆଇୟୁଏସ ଅଧୀନରେ ଓଡିଶାରେ ଆଲୁମିନିୟମ କ୍ଲଷ୍ଟର ପାଇଁ ଆସିଥିବା କେନ୍ଦ୍ରୀୟ ସହାୟତାକୁ ନଫେରାଇ ନେବା ପାଇଁ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ।

Leave A Reply

Your email address will not be published.