ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ପଶ୍ଚିମା ଝଡ଼ ପ୍ରଭାବ; ୧୩ଟି ଜିଲ୍ଲାକୁ ୱାର୍ଣିଂ ଜାରି

0

ଭୁବନେଶ୍ବର; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିକେନ୍ଦ୍ରର ସୂଚନା ଅନୁସାରେ, ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି। ଏସବୁ ଜିଲ୍ଲାରେ ବର୍ଷା ହେବାସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ଗତକାଲି ଦିନ ସମୟରେ ଟାଣ ଖରା ଅନୁଭୂତ ହେବା ସହ ଗୁଳଳିଗୁଳି ମଧ୍ୟ ହୋଇଥିଲ। କିନ୍ତୁ ଅପରାହ୍ନ ଆଡ଼କୁ ପାଗ ବଦଳି ଯାଇଥିଲା। ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଥିଲା।

Leave A Reply

Your email address will not be published.