ନୂଆଦିଲ୍ଲୀ; କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆଜି ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ଜାତୀୟ ନିର୍ବାଚନ କମିସନ । ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ ।
ସୂଜନାଯୋଗ୍ୟ, ମେ ୧୦ରେ କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ପଡିବ ଭୋଟ । ଗୋଟିଏ ପର୍ଯ୍ୟାୟରେ ହେବ ନିର୍ବାଚନ । ୨୨୪ ବିଧାନସଭା ଆସନରେ ଅନୁଷ୍ଠିତ ହେବ ନିର୍ବାଚନ । ମେ ୧୩ରେ ଭୋଟ ଗଣତି ନେଇ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଗୋଟିଏ ପର୍ଯ୍ୟାୟରେ ୨୨୪ ଆସନ ପାଇଁ ଭୋଟ ଗ୍ରହଣ ହେବ । ଏପ୍ରିଲ ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର । ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ । ୨୧ ଏପ୍ରିଲରେ ଯାଞ୍ଚ, ଏପ୍ରିଲ ୨୪ରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ । ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏ ନେଇ ସୂଚନା ଦିଆଯାଇଛି ।