ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା

0

ଭୁବନେଶ୍ବର: ଆଜି ରମାଦେବୀ ବିଶ୍ବବିଦ୍ୟାଳୟରେ +୨ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଯୁକ୍ତ ୨ ଦ୍ୱିତୀୟ ବର୍ଷର ବୋଲି ଜଣାପଡିଛି  । ତାଙ୍କ ଘର ରାୟଗଡା ଜିଲ୍ଲାରେ ହୋଇଥିବା ଜଣାପଡିଛି  । ପରୀକ୍ଷା ଚାଲିଥିବା ବେଳେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି  । ୨ଟି ପେପର ଖରାପ ହୋଇଥିବାରୁ ଛାତ୍ରୀ ଜଣକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ହଷ୍ଟେଲରୁ ପୋଲିସକୁ ସୁଇସାଇଡ ନୋଟ ମିଳିଛି  । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଘଟଣାସ୍ଥଳରେ ସହିଦନଗର ପୋଲିସ ପହଞ୍ଚି ତଦନ୍ତ କରୁଛି  ।

ସୂଚନାଯୋଗ୍ୟ; ପ୍ରଜ୍ଞା ମହାନ୍ତି +୨ ଦ୍ୱିତୀୟ ବର୍ଷ କଳାର ଛାତ୍ରୀ। ସେ ହଷ୍ଟେଲ୍‌ରେ ରହି ପାଠ ପଢ଼ୁଥିଲେ। ଆଜି ତାଙ୍କ ମୃତଦେହ ହଷ୍ଟେଲ୍‌ ପଙ୍ଖାରେ ଝୁଲୁଥିବା ଦେଖିବାକୁ ମିଳିଥିଲା। କଲେଜ କର୍ତ୍ତୃପକ୍ଷ ଏନେଇ କମିଶନରେଟ୍‌ ପୁଲିସ୍‌ ଓ ପରିବାର ଲୋକଙ୍କୁ ଖବର ଦେଇଥିଲେ। ସାଇଣ୍ଟିଫିକ୍‌ ଟିମ୍‌ ସହ ପୁଲିସ ହଷ୍ଟେଲ୍‌ରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଛାନଭିନ୍‌ ପରେ ମୃତଦେହ ପାଖରୁ ଗୋଟିଏ ସାଇସାଇଡ୍‌ ନୋଟ୍‌ ମିଳିଥିବା ଚର୍ଚ୍ଚା ହେଉଛି। ମାନସିକ ଚାପ ଯୋଗୁ ପ୍ରଜ୍ଞା ଆତ୍ମହତ୍ୟା କରିଥିବା ଚିଠିରେ ଉଲ୍ଲେଖ ରହିଛି। ତେବେ କେଉଁ ପ୍ରକାର ମାନସିକ ଚାପରେ ପ୍ରଜ୍ଞା ଥିଲେ? ତାହା ସୁଇସାଇଡ୍‌ ଚିଠିରେ ଉଲ୍ଲେଖ ନାହିଁ।

Leave A Reply

Your email address will not be published.