ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ପବିତ୍ର ଅଶୋକାଷ୍ଟମୀ ରେ ଗଡିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

0

ଭୁବନେଶ୍ବର; ଆଜି ପବିତ୍ର ଅଶୋକାଷ୍ଟମୀ ରେ ଗଡିଛି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ। ଲିଙ୍ଗରାଜଙ୍କ ପହଣ୍ଡି ବିଜେ ପରେ ଆରମ୍ଭ ହୋଇଥିଲାରଥଟଣା । ରୁକୁଣା ରଥଯାତ୍ରା ପାଇଁ ଉତ୍ସବମୁଖର ହୋଇଯାଇଛି ଏକାମ୍ର କ୍ଷେତ୍ର । ପୋଲିସ ଓ ସ୍ୱେଚ୍ଛାସେବୀଙ୍କ କର୍ଡନରେ ଜାରି ରହିଥିଲା ରଥଟଣା । ରୁକୁଣା ରଥଟଣାରେ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇଥିଲେ । ଝିପି ଝିପି ବର୍ଷା ସତ୍ତ୍ୱେ ବାବା ଲିଙ୍ଗରାଜଙ୍କ ରୁକୁଣା ରଥକୁ ଟାଣିବାକୁ ଓ ଯାତ୍ରାରେ ସାମିଲ ହେବା ନେଇ ଭକ୍ତଙ୍କ ମଧ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଥିଲା।

କିନ୍ତୁ ନୀତିକାନ୍ତିରେ ବିଳମ୍ବ ଯୋଗୁଁ ବଢେଇ ବାଙ୍କ ଛକରେ ଅଟକି ରହିଲା ରୁକୁଣା ରଥ। ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ମାଉସୀମା’ ଛକରେ ପହଞ୍ଚି ପାରିନଥିବାରୁ ଆସନ୍ତାକାଲି ସକାଳେ ପୁଣି ଆରମ୍ଭ ହେବ ରଥଟଣା। ୩ଟା ୩୦ରେ ରଥଟଣା ଆରମ୍ଭ ହେବାର ଥିଲେ ମଧ୍ୟ ନୀତିକାନ୍ତିରେ ବିଳମ୍ବ ଯୋଗୁଁ ୫ଟା ୧୫ରେ ରଥଟଣା ଆରମ୍ଭ ହୋଇଥିଲା। ରୁକୁଣା ରଥ ଦେଖିବା ଲାଗି ଭକ୍ତଙ୍କ ମଧ୍ୟରେ ଆଜି ସକାଳୁ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ଆଜି ଦିନ ତମାମ ଚଳଚଳଞ୍ଚଳ ହୋଇଥିଲା ଏକାମ୍ର କ୍ଷେତ୍ର। ରୁକୁଣା ରଥଯାତ୍ରାରେ ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ସହ ୧୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ।

Leave A Reply

Your email address will not be published.