ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଶ୍ରୀରାମଙ୍କୁ ଦର୍ଶନ କରୁଥିବା ବେଳେ କୂଅ ଭିତରେ ପଡିଗଲେ ଭକ୍ତ

0

ଇନ୍ଦୋର; ମଧ୍ୟପ୍ରଦେଶ ଇନ୍ଦୋର ଠାରେ ରାମନବମୀ ପାଳନ ଅବସରରେ ଶ୍ରୀରାମଙ୍କୁ ଦର୍ଶନ କରୁଥିବା ବେଳେ କୂଅ ଭିତରେ ପଡିଗଲେ ଭକ୍ତ। ପଟେଲ ନଗର ନିକଟରେ ଥିବା ବେଲେଶ୍ୱର ମହାଦେବଙ୍କ ଝୁଲେଲାଲ ମନ୍ଦିର ନିକଟରେ ଏହି ଦୁର୍ଘଟଣା ହୋଇଛି । ଏଠାରେ ଥିବା ଏକ ବଡ କୂଅ ଉପରେ ଚଢି ଭକ୍ତମାନେ ଶ୍ରୀରାମଙ୍କ ଦର୍ଶନ କରୁଥିବା ବେଳେ କୁଅର କାନ୍ଥ ଭାଙ୍ଗିଯିବାରୁ ୨୫ରୁ ଅଧିକ ଭକ୍ତ କୁଅ ଭିତରକୁ ଗଳିପଡିଛନ୍ତି । ସୂଚନା ପାଇବା ପରେ ଅଗ୍ନିଶମ ବିଭାଗ ତରଫରୁ ଖବର ଲେଖାହେବା ପର୍ଯ୍ୟନ୍ତ ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି ।

ସୂଚନା ମୁତାବକ ମନ୍ଦିର ଭିତରେ ପୂଜାପାଠ ଚାଲୁଥିବା ବେଳେ ହଠାତ ମନ୍ଦିରର ପାଚେରୀ ଭାଙ୍ଗିଯାଇଥିଲା । ଏପଟେ କିଛି ଭକ୍ତ କୁଅ ଉପରେ ଚଢି ଶ୍ରୀରାମଙ୍କ ଦର୍ଶନ କରୁଥିଲେ । ହେଲେ ମନ୍ଦିର ପାଚେରୀ ଭାଙ୍ଗିବା ପରେ ଭକ୍ତଙ୍କ ଭିତରେ ଧାଁ ଦଉଡ ଆରମ୍ଭ ହୋଇଯାଇଥିଲା । ଏସବୁ ଭିତରେ କୁଅ ଉପରେ ଚଢି ଦର୍ଶନ କରୁଥିବା ଭକ୍ତମାନେ କୁଅ ଭିତରକୁ ଗଳିପଡିଥିଲେ ।

ସ୍ଥାନୀୟ ପୋଲିସ କମିଶନର ମକରନ୍ଦ ଦେଓସ୍କରଙ୍କ ସମେତ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ଘଟଣା ସ୍ଥଳରେ ପହଂଚିଛନ୍ତି । ପୋଲିସ ତରଫରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ମନ୍ଦିର ଭିତରେ ଥିବା ସମସ୍ତ ଭକ୍ତଙ୍କୁ ମନ୍ଦିରରୁ ବାହାରକୁ ବାହାର କରିଦିଆଯାଇଛି । ହେଲେ ଯେଉଁ ଲୋକମାନଙ୍କ ଉପରେ ପାଚେରୀ ପଡିଯାଇଥିଲା ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା କିଭଳି ରହିଛି ସେନେଇ କୌଣସି ସୂଚନା ମିଳିପାରି ନାହିଁ ।

Leave A Reply

Your email address will not be published.