ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଆଜିଠୁ ଆରମ୍ଭ ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ “ପଖାଳ ଉତ୍ସବ”

0

ଭୁବନେଶ୍ୱର, ଓଡିଶାର ପାରମ୍ପରିକ ଖାଦ୍ୟ “ପଖାଳ” ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଘରେ ବେଶ ଆଦୃତ। ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି। ଏକ ଗ୍ରାମୀଣ ପରିବେଶରେ ସହରୀ ଲୋକଙ୍କୁ ପଖାଳ ପରଷିବାକୁ ଯୋଜନା କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) । ଏହି ଖାଦ୍ୟକୁ ଅଧିକ ମାତ୍ରାରେ ପ୍ରସାରିତ ଓ ଆଦୃତ କରିବା ପାଇଁ ସୋଆ ପକ୍ଷରୁ ଏପ୍ରିଲ୍ ୧ ରୁ ୫ ତାରିଖ ପର୍ଯ୍ୟନ୍ତ “ପଖାଳ ଉତ୍ସବ”ର ଆୟୋଜନ କରାଯାଇଛି ।

ଏହି ଉତ୍ସବରେ ଅତିଥିମାନଙ୍କୁ ପଖାଳ ସହିତ ବିଭିନ୍ନ ପ୍ରକାର ସ୍ୱାଦିଷ୍ଟ ଓଡ଼ିଆ ବ୍ୟଞ୍ଜନ ମଧ୍ୟ ପରଷା ଯିବ। ଓଡିଶାର ଗ୍ରାମୀଣ ସଂସ୍କୃତି, ପରମ୍ପରା, ଖାଦ୍ୟରୁଚି, ଜୀବନ ଚର୍ଯ୍ୟାର ଏକ ଜୀବନ୍ତ ଉପସ୍ଥାପନା ଏହି ପଖାଳ ଉତ୍ସବରେ ଅନୁଭୂତ ହେବ । ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟର ଡିନ୍ ପ୍ରଫେସର (ଡକ୍ଟର) ଅନୁପ କୁମାର ସାମନ୍ତରାୟଙ୍କ ତତ୍ୱାବଧାନ ଓ ସମସ୍ତ ଫାକଲ୍ଟି ମେମ୍ବର, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ସହଯୋଗରେ ଏହି ବିଶେଷ ଉତ୍ସବ ଅନୁଷ୍ଠିତ ହେବ ।

ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟରୁଚି ତଥା ଓଡିଆଙ୍କ ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ପହଂଚାଇବା ଏହି ପଖାଳ ଉତ୍ସବ ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ପ୍ରଫେସର ସାମନ୍ତରାୟ କହିଛନ୍ତି । ଅତିଥିମାନଙ୍କୁ ଏସ୍‌ଏଚ୍‌ଏମ୍ ର ରେଷ୍ଟୁରାଂଟ ପରିସରରେ ୫ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ପ୍ରତ୍ୟେକ ଦିନ ୧୨ ଟାରୁ ୩ଟା ପର୍ଯ୍ୟନ୍ତ ପଖାଳ ପରଷା ଯିବ । ଏହାର ମୂଲ୍ୟ ୨୨୦ ଟଙ୍କା ରଖାଯାଇଛି ।

ଏହି ପଖାଳ ଉତ୍ସବରେ ପାରମ୍ପରିକ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଲେମ୍ବୁ ପଖାଳ, ଆମ୍ବ ପଖାଳ ସହିତ ପଖାଳ ଭାତକୁ ସୁହାଇଲା ଭଳି ବିଭିନ୍ନ ପ୍ରକାର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ଖଇଙ୍ଗା ଶୁଖୁଆ ଭଜା, ଛତୁ ପତ୍ରପୋଡା, ଆଳୁ ଭଜା, ବାଇଗଣ ଭରତା, ଗୋଟା କଲରା ଭଜା, କଖାରୁ ଫୁଲ ପିଠଉ, ଶାଗ ବଡି ଭଜା ଓ ବଡି ଚୁରା ଇତ୍ୟାଦି ପରିବେଷଣ କରାଯିବ ।

Leave A Reply

Your email address will not be published.