ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଚାଷୀ ଭାଇ-ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଉତ୍କଳ ଦିବସରେ ଚାଷୀ ଭାଇ-ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ଖରିଫ ୨୦୨୩ ପାଇଁ ୪୩ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ଯାଙ୍କ ଖାତାକୁ ଯାଇଛି ୮୭୭ କୋଟି ଟଙ୍କାର କାଳିଆ ସହାୟତା । ଖାଦ୍ୟ ଶସ୍ୟ ଉତ୍ପାଦନରେ ଓଡ଼ିଶାର ସଫଳତାର ଶ୍ରେୟ ଚାଷୀ ଭାଇ ଭଉଣୀଙ୍କୁ ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀ ଭାଇ ଭଉଣୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି । ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି । ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି । ୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କୁ ୮୭୭ କୋଟି ଟଙ୍କା ସହାୟତା ଚାଷୀଙ୍କ ବ୍ଯାଙ୍କ ଖାତାକୁ ଦିଆଯାଇଛି।

ଏହି ଅବସରରେ ଚାଷୀ ଭାଇମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀଙ୍କ କଲ୍ଯାଣ ସହ ରାଜ୍ୟର ବିକାଶ ଯୋଡି ହୋଇ  ରହିଛି । ତେଣୁ ଆଜିର ପବିତ୍ର ଦିନରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଆର୍ଥିକ ବର୍ଷ ଆରମ୍ଭ କଲୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନରେ ଆତ୍ମ ନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀ ମାନଙ୍କୁ ଦେଇଥିଲେ। ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି । କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଛନ୍ତି ନବୀନ । ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକରୀ କରୁଛନ୍ତି ବୋଲି ପ୍ରକାଶ କରି ସେ ଚାଷୀମାନଙ୍କୁ ଫସଲ ବିବିଧ କରଣ  ଉପରେ ଗୁରୁତ୍ଵ ଦେବା ପାଇଁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଲେ ଯେ କାଳିଆ ଯୋଜନା ଚାଷୀମାନଙ୍କୁ ଆତ୍ମନିର୍ଭର କରିଛି । ଚାଷ ପାଇଁ ଧାର ଉଧାରରୁ ମୁକ୍ତି ମିଳିବା ସହିତ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଛି ।ଏହି ଅବସରରେ କେତେକ ଚାଷୀ – ମାଲକାନଗିରିର ଗୋପୀନାଥ ପାଙ୍ଗି, ପୁରୀ ଜିଲ୍ଲା ପିପିଲିର ସୁଲୋଚନା ନାୟକ, ବରଗଡର ଦିପାଞ୍ଜଳି ପ୍ରମୁଖ କାଳିଆ ସହାୟତା ସମ୍ପର୍କରେ ସେମାନଙ୍କ ମତାମତ ରଖି ଏହାଦ୍ବାରା ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ଉପରେ ନିଜର ମତାମତ ଦେଇଥିଲେ ।

ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକର କାଳିଆ ବୃତ୍ତି ଲାଭ କରିଥିବା କିରଣ କୁମାର ସାହୁ କିପରି ଏହି ସହାୟତା ଦ୍ଵାରା ସେ ଆଜି ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ରେ ଡାକ୍ତରୀ ପାଠ ପଢ଼ିବା ପାଇଁ ସୁଯୋଗ ପାଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥଲେ। ଏହି କାର୍ଯ୍ୟକ୍ରମରେ ୫-ଟି ସଚିବ ଭିକେ ପାଣ୍ଡିଆନ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ଓ କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.