ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ବ ଦେଲା ବିଜେଡି

0

ଝାରସୁଗୁଡ଼ା: ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସେମାନେ ହେଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକ। ତେବେ ସାରଦା ପ୍ରସାଦ ନାୟକ ଏବେ ଦଳର ଝାରସୁଗୁଡ଼ା ଜିଲ୍ଲା ପର୍ଯ୍ୟବେକ୍ଷକ ମଧ୍ୟ ଅଛନ୍ତି। ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ଏହି ୩ ବରିଷ୍ଠ ନେତାଙ୍କୁ ନିଯୁକ୍ତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ସ୍ୱର୍ଗତଃ ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି। ମେ’ ୧୦ ତାରିଖରେ ଏହି ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ଏପ୍ରିଲ ୧୩ ତାରିଖରେ ଏହି ଉପନିର୍ବାଚନ ପାଇଁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏହି ପ୍ରକ୍ରିୟା ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।

ନବ ଦାସଙ୍କ ମୃତ୍ୟୁ ପରେ ଝାରସୁଗୁଡା ବିଧାନସଭା ଆସନଟି ଖାଲି ପଡ଼ିଥିବା ବେଳେ ଏଥିରେ ଉପନିର୍ବାଚନ କରିବା ପାଇଁ ଗତ ମାର୍ଚ୍ଚ ୨୯ ତାରିଖରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିଥିଲେ। ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ କଂଗ୍ରେସ ଓ ବିଜେପି ପକ୍ଷରୁ ଏଯାଏଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇନାହିଁ।

Leave A Reply

Your email address will not be published.